Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଭିଜିଲାନ୍ସ ଜାଲରେ ପିଇଓ, ବାସଭବନ ସମେତ ଅଫିସରେ ଏକକାଳୀନ ଚଢାଉ

31/12/2020 at 8:58 AM

ବଲାଙ୍ଗୀର ୩୧।୧୨: ଭିଜିଲାନ୍ସ ଜାଲରେ ପିଇଓ । ବଲାଙ୍ଗୀର ଜିଲ୍ଲା ପୁଇଁନ୍ତଳା ପଞ୍ଚାୟତ ପିଇଓ ବିହାରିଲାଲ ବାରିକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ଏକକାଳୀନ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି ।

ଖବର ଅନୁଯାୟୀ, ଆୟ ବହୂର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁଇଁନ୍ତଳା ପଞ୍ଚାୟତ ପିଇଓ ବିହାରିଲାଲ ବାରିକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ଏକକାଳୀନ ବାସଭନ ସମେତ ଅଫିସରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । ଭିଜିଲାନ୍ସର ଅନେକ ଟିମ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ  ଚଢାଉ ଜାରି ରହିଛି । ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ।ତାହାର ସଠିକ୍‌ ତଥ୍ୟ ସାମ୍ନାକୁ ଆସିନାହିଁ ।

   Related Posts