ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ଯୋଗାଣ ଅଧିକାରୀ, ଏକାସାଙ୍ଗେ ୬ଟି ସ୍ଥାନରେ ରେଡ୍

Published By : Prameya-News7 Bureau | December 04, 2021 IST

ନୟାଗଡ ୦୪।୧୨: ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ । ନୟାଗଡର ଅତିରିକ୍ତ ଯୋଗାଣ ଅଧିକାରୀ ଜୟନ୍ତ ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ ଜାରି ରହିଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି ବୋଲି ଭିଜିଲାନ୍ସ ଡିଏସ୍‌ପିଙ୍କ ପକ୍ଷରୁ ସୂଚନା ମିଳିଛି ।  

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ  ପକ୍ଷରୁ ନୟାଗଡ଼ ଅତିରିକ୍ତ ଯୋଗାଣ ଅଧିକାରୀ ଜୟନ୍ତ ଦାସଙ୍କ ଘରେ  ଚଢାଉ ହୋଇଛି । ଏକାସାଙ୍ଗେ ଜୟନ୍ତ ଦାସଙ୍କ ନୟାଗଡ, ଓଡଗାଁ ବାସଭବନ ସମେତ ଏକକାଳୀନ ୬ଟି ସ୍ଥାନରେ ରେଡ୍ ଚାଲିଛି । ବର୍ତ୍ତମାନ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କିଛି ବିଶେଷ ତଥ୍ୟ ସୂଚନା ମିଳିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.