Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ସରକାରୀ ବାବୁ, ଜନସ୍ବାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘର ସମେତ ୬ଟି ସ୍ଥାନରେ ରେଡ୍

15/12/2020 at 8:26 AM

ସୁନ୍ଦରଗଡ୧୫।୧୨:ଭିଜିଲାନ୍ସ ଜାଲରେ ଜନସ୍ବାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ । ସୁନ୍ଦରଗଡ଼ ଜନସ୍ଵାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନାରାୟଣ ପ୍ରଧାନଙ୍କ ଘରେ ରେଡ୍‌ ହୋଇଛି । ଜନସ୍ଵାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ସମେତ ଏକକାଳୀନ ୬ଟି ସ୍ଥାନରେ ଚଢାଉ ଜାରି ରହିଛି ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜନସ୍ଵାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନାରାୟଣ ପ୍ରଧାନଙ୍କ ଘରେ ରେଡ୍‌ ଜାରି ରହିଛି । ତେବେ ରେଡ୍‌ ଚାଲିଥିବା ସ୍ଥାନଗୁଡିକ ହେଉଛି-  ସୁନ୍ଦରଗଡ଼ ଜନସ୍ଵାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ, ସୁନ୍ଦରଗଡ଼ ଏଡିବି କଲୋନୀ କ୍ବାର୍ଟର  ନଂ-7, , ଦେବଗଡ଼ର କେନ୍ଦୁଘାଟସ୍ଥିତ ଫାର୍ମ ହାଉସ,  ଦେବଗଡ଼ର ତାବଡ଼ସ୍ଥିତ ପୈତୃକ ଘର, ଅନୁଗୁଳ ଟାଉନସ୍ଥିତ ଶଶୁର ଘର, ଦେବଗଡ଼ ଟାଉନସ୍ଥିତ ସମ୍ପର୍କୀୟଙ୍କ ଘର ରହିଛି ।  

ସୁନ୍ଦରଗଡ଼ ଏଡିବି କଲୋନୀ ସ୍ଥିତ ବାସ ଭବନରେ ସହକାରୀ ଯନ୍ତ୍ରୀଙ୍କ ସମ୍ପତ୍ତିର ଆକଳନ କରୁଛି ଭିଜିଲାନ୍ସ । ପୂର୍ବରୁ ବ୍ୟାପକ ଅର୍ଥ ହେରଫେର କରିଥିବାର ଅଭିଯୋଗ  ଆସିଥିଲା । ଏନେଇ ଭିଜିଲାନ୍ସ ଡିଏସ୍‌ପି ସୂଚନା ଦେଇଛନ୍ତି । ଭିଜିଲାନ୍ସର 6 ଟି ସ୍ୱତନ୍ତ୍ର ଟିମ ଘଟଣାର  ତଦନ୍ତ କରୁଛି । ସମ୍ବଲପୁରରେ୩୩ ଡିସମିଲ ଜମି, ଭୁବନେଶ୍ୱର ଜଟଣୀ ରେ ୯ ଡିସମିଲ ଜମି ସହ ଦେବଗଡ଼ ଜିଲା ରେ ପୁଅ ନାମରେ ମଧ୍ୟ ଜମି ରହିଥିବା ଭିଜିଲାନ୍ସ ସୂଚନା ମିଳିଛି ।

   Related Posts