Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ଜଳେଶ୍ବର ଥାନାର ନିଲମ୍ବିତ IICଙ୍କ ଘରେ ଭିଜିଲାନ୍ସ ରେଡ୍, ବାସଭବନ ସମେତ ୭ଟି ସ୍ଥାନରେ ଚଢାଉ

1/09/2020 at 7:37 AM

ବାଲେଶ୍ବର ୦୧।୦୯: ଭିଜିଲାନ୍ସ ଜାଲରେ ନିଲମ୍ବିତ ଆଇଆଇସି । ଜଳେଶ୍ବର ଥାନା ନିଲମ୍ବିତ ଆଇଆଇସି ଧନେଶ୍ବର ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି ।

ଜଳେଶ୍ବର ସ୍ଥିତ ସରକାରୀ କ୍ବାର୍ଟର ସହ ଏକକାଳୀନ ୭ଟି ସ୍ଥାନରେ ଚଢାଉ ଜାରି ରହିଛି । ତେବେ ଚଢାଉ ହେଉଥିବା ସ୍ଥାନଗୁଡିକ ଯଥା – ଭୁବନେଶ୍ବରସ୍ଥିତ ଶୈଳଶ୍ରୀ ବିହାରସ୍ଥିତ ଆପାର୍ଟମେଣ୍ଟ, କଟକରେ ୨ଟି ସ୍ଥାନ, ଆଠଗଡ ନରସିଂହପୁରସ୍ଥିତ ଶ୍ବଶୁର ଘରେ ଏକକାଳୀନ ଚଢାଉ ଜାରି । ପୂର୍ବରୁ ଧନେଶ୍ବରଙ୍କ ଡ୍ରଗ୍ସ ମାଫିଆଙ୍କ ସହ ଲିଙ୍କ୍‌ ନେଇ ନ୍ୟୁଜ ୭ରେ ଖବର ପ୍ରସାରଣ ହୋଇଥିଲା । ଏହାପରେ କାର୍ଯ୍ୟାନୁଷ୍ଠାନ ସ୍ବରୁପ ତାଙ୍କୁ ନିଲମ୍ବନ କରାଯାଇଥିଲା । ଏହାପରେ ଆଜି ସକାଳ ସମୟରୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଉଛି ।

   Related Posts