Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||
  • ଆହତ ହାତୀର ଚିକିତ୍ସା କଲା ବନ ବିଭାଗ, ବାରହା ଫାଶରେ ପଡି ଗୋଡରେ ହୋଇଥିଲା କ୍ଷତ
  • ||
  • ଖସିବ ପାରଦ ବଢିବ ଶୀତ, ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି
  • ||

ଭିଜିଲାନ୍ସ ପଞ୍ଝାରେ ଥାନା ବାବୁ, ଘରୁ ମିଳିଲା ୩ଲକ୍ଷ ୮୦ହଜାର ଟଙ୍କା, କାଗଜପତ୍ରର ଚାଲିଛି ଯାଞ୍ଚ

1/12/2021 at 11:08 AM

କଣ୍ଟାବାଞ୍ଜି ୧।୧୨: ଭିଜିଲାନ୍ସ ଜାଲରେ ଥାନା ବାବୁ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପୋଲିସ ଥାନା ଅଧିକାରୀ ବିନୋଦ ବିହାରୀ ନାୟକ ଭିଜିଲାନ୍ସ ଜାଲରେ ପଡିଛନ୍ତି । ମଙ୍ଗଳବାର ଲକ୍ଷାଧିକ ଟଙ୍କା ନେଇ ଘରକୁ ଯାଉଥିବା ବେଳେ ବରଗଡ ଟୋଲ୍ ଗେଟ୍ ନିକଟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା । ବିନୋଦଙ୍କ କାରରୁ ଭିଜିଲାନ୍ସ ୨ ଲକ୍ଷ ୬ ହଜାର ୨୨୦ ଟଙ୍କା ଜବତ କରିଥିଲା ।

ତେବେ ବୁଧବାର ବଙ୍ଗୋମୁଣ୍ଡା ଥାନାରେ ଭିଜିଲାନ୍ସ ଟିମ୍ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି । ବର୍ତ୍ତମାନ ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ତାଙ୍କ ବାସଭବନରୁ ୩ ଲକ୍ଷ ୮୦ ହଜାର ୯୨୦ ଟଙ୍କା ଜବତ କରିଛି ବଲାଙ୍ଗୀର ଭିଜିଲାନ୍ସ ଟିମ୍ । ଏହାସହ ବିଭିନ୍ନ କାଗଜପତ୍ର ଯାଞ୍ଚ କରୁଛି ଭିଜିଲାନ୍ସ ଟିମ୍ ।

   Related Posts