Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ଏକାସାଙ୍ଗେ ୩ଟି ସ୍ଥାନରେ ରେଡ୍

28/12/2020 at 9:24 AM

କଳାହାଣ୍ଡି/ଧର୍ମଗଡ଼ ୨୮।୧୨: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଥୁଆପଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ବାଲେଶ୍ୱର ନାଏକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ଼୍ କରାଯାଇଛି । ପଞ୍ଚାୟତ କାର୍ଯ୍ୟାଳୟ ସମେତ ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀନ ଅଧିକାରୀ ବାଲେଶ୍ୱର ନାଏକଙ୍କ ଘରେ ଚଢାଉ ଜାରି ରହିଛି । ଭିଜିଲାନ୍ସ ପକ୍ଷରୁ  ବାଲେଶ୍ୱର ନାଏକ ଙ୍କ ବାସଭବନ,  ଭବାନୀପାଟଣା ଗୋଦାମ ଗୃହ ପଡା, ଥୁଆପଦାର ପଞ୍ଚାୟତ କାର୍ଯ୍ୟାଳୟ ସମେତ ନିଜ ପୈତୃକ ଗାଁ କଲମପୁର ବ୍ଳକ ଭେଳା ଗାଁରେ ଏକାକାଳୀନ ଚଢାଉ ଜାରି ରହିଛି ।

ନବରଙ୍ଗପୁର ଭିଜିଲାନ୍ସ ଟିମ୍‌ ନେତୃତ୍ୱରେ ରାୟଗଡା ଡିଏସପି ଅନନ୍ତ ପ୍ରସାଦ ମଲ୍ଲିକ, ଭବାନୀପାଟଣା ଭିଜିଲାନ୍ସ  ଇନ୍ସପେକ୍ଟର ପ୍ରମିଳା ସୁନା, ଜୟପାଟଣା ଭିଜିଲାନ୍ସ ଇନ୍ସପେକ୍ଟର  ବି.କେ ରାୟ ସାମିଲ ଅଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ତାହା ସ୍ପଷ୍ଟ ସୂଚନା ମିଳିନାହିଁ ।

   Related Posts