Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଚିହ୍ନଟ ହେଲେ ୧୯ ସଂକ୍ରମିତ, ଗାଁକୁ ୧୦ଦିନ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲେ ଉପ-ଜିଲ୍ଲାପାଳ

17/06/2021 at 1:13 PM

ଆଠଗଡ ୧୭।୬:  ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣ ହାର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଫଳରେ ରାଜ୍ୟ ସରକାର କରୋନା କଟକଣାକୁ ଆଂଶିକ କୋହଳ କରିଛନ୍ତି ।

ସେପଟେ କଟକ ଜିଲ୍ଲା ଘଣ୍ଟିଖାଲ ପଞ୍ଚାୟତ ଦ୍ଵାରବତୀପୁର ଗାଁରେ ଗତ ୧୬ ତାରିଖରେ ୮୬ ଜଣଙ୍କର କରୋନା ପରୀକ୍ଷଣ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୧୯ ଜଣ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି । ସଂକ୍ରମଣକୁ ଦୃଷ୍ଟିରେ ଉକ୍ତ ଗ୍ରାମକୁ ୧୦ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି । ଆଠଗଡ ଉପ ଜିଲ୍ଲାପାଳ ଅଜାମ୍ବର ମହାନ୍ତି ଏହି ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୬୬୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୮୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୧୭୩୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୮୯୯୮୫୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts