Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେପିକୁ ତିର୍ତ୍ତୋଲବାସୀ ନିଶ୍ଚୟ ଜିତାଇବେ ଏବଂ ପ୍ରଧାନମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବେ- ଧର୍ମେନ୍ଦ୍ର
  • ||
  • PL 2020: ଗର୍ଜିଲା କ୍ରିସ୍ ଗେଲଙ୍କ ବ୍ୟାଟ୍, ରାଜସ୍ଥାନ ସମ୍ମୁଖରେ ୧୮୬ ରନର ବିଜୟ ଲକ୍ଷ୍ୟ ରଖିଲା କିଙ୍ଗ୍ସ ଏକାଦଶ ପଞ୍ଜାବ
  • ||
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||

ମହଙ୍ଗା ପଡ଼ିଲା ଛାତ୍ରୀଙ୍କୁ ଅସଦାଚରଣ ; ରସିକିଆ ସାର୍‌ଙ୍କୁ ଖୁଣ୍ଟରେ ବାନ୍ଧି ଛେଚିଲେ ଗାଁଲୋକେ

14/02/2019 at 9:18 AM

ନୟାଗଡ ୧୪|୨: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକଙ୍କୁ ଖୁଣ୍ଟିରେ ବାନ୍ଧି ନିସ୍ତୁକ ମାଡ ମାରିଲେ ଗ୍ରାମବାସୀ । ନୟାଗଡ ଜିଲ୍ଲା ଫତେଗଡ ଥାନା ମାଳିବେରେଣୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଅଭିଯୁକ୍ତ ଶିକ୍ଷକଙ୍କ ବିଜିପୁର ହାଇସ୍କୁଲର ଖେଳ ଶିକ୍ଷକ ବିଶ୍ବନାଥ ମୁଦୁଲି ।

ଗତକାଲି ଶିକ୍ଷକ ଜଣକ ଅଷ୍ଟମ ଶ୍ରେଣୀର ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା ।  ପୁଣି ଏନେଇ କାହାକୁ ନକହିବା ପାଇଁ ଧମକ ମଧ୍ୟ ଦେଇଥିଲେ । ତେବେ ଛାତ୍ରୀ ଜଣକ ଘରେ ସବୁ କଥା କହିବା ପରେ ଗାଁ ଲୋକ ଅଭିଯୁକ୍ତ ଶିକ୍ଷକଙ୍କୁ ବାନ୍ଧି ମାଡ ମାରିଛନ୍ତି ।

ଖବର ପାଇ ପୋଲିସ ପହଞ୍ଚି ଶିକ୍ଷକଙ୍କୁ ଉଦ୍ଧାର କରି ଥାନାକୁ ଆଣିଛି । ଘଟଣା ନେଇ ଥାନାରେ ଅଭିଯୋଗ ହୋଇନଥିବା ପୋଲିସ କହିଛି । ଏପଟେ ମାଡ ମାରିବା ଭିଜୁଆଲ ଭାଇରାଲ ହେବାରେ ଲାଗିଛି ।

   Related Posts