ମୃତାହତଙ୍କୁ କ୍ଷତିପୂରଣ ଦାବିରେ ରାସ୍ତାରୋକ
21/01/2020 at 11:12 AM

ଜି.ଉଦୟଗିରି ୨୧।୧: ମୃତାହତଙ୍କୁ କ୍ଷତିପୂରଣ ଦାବିରେ ରାସ୍ତାରୋକ । ଗତକାଲି ଦୁଗୁଡିଠାରେ ବୋଲେରୋ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିଲେ । ୩ ଗୁରୁତରଙ୍କୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଥିଲା ।

ଚିକିତ୍ସାଧୀନ ଅବସ୍ଥାରେ ଅନ୍ୟ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । କ୍ଷତି ପୂରଣ ଦାବିରେ ନନ୍ଦଗିରିଠାରେ ସ୍ଥାନୀୟ ଲୋକେ ରାସ୍ତାରେ ଗଛ ପକାଇ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ଫଳରେ ବାଲିଗୁଡା-ବ୍ରହ୍ମପୁର-ଫୁଲବାଣୀକୁ ଗମନାଗମନ ସମ୍ପୂର୍ଣ୍ଣ ବନ୍ଦ ରହିଛି ।
Related Posts
ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ
2 March 2021
୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
2 March 2021
୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
2 March 2021