Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ନଳକୂପ ଅଛି ହେଲେ ପାଣି ବାହାରୁନି, ପାନୀୟ ଜଳ ଯୋଗାଣ ଦାବିରେ ସରପଞ୍ଚ, ପଞ୍ଚାୟତ ଓ ବ୍ଲକ୍ ଯନ୍ତ୍ରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

19/04/2021 at 10:09 AM

କଳାହାଣ୍ଡି ୧୯।୪: ପାଣି ପାଇଁ ସରପଞ୍ଚ ସମେତ ପଞ୍ଚାୟତ ଓ ବ୍ଲକ୍ ଯନ୍ତ୍ରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ୍ ଅନ୍ତର୍ଗତ ବିଜେପୁର ପଞ୍ଚାୟତର ସିନ୍ଧଭଟା ଗ୍ରାମବାସୀ ବର୍ଷ ବର୍ଷ ଧରି  ଦୂଷିତ ପାଣି ପିଉଛନ୍ତି। ଗାଁରେ ବସୁଧା ଜଳ ଯୋଗାଣ ପାଇଁ ଦାବି ପ୍ରଶାସନ ଶୁଣୁନଥିବା ଯୋଗୁଁ ସରପଞ୍ଚଙ୍କ ସମେତ ପଞ୍ଚାୟତ ଓ ବ୍ଲକ୍ ଯନ୍ତ୍ରୀଙ୍କୁ ଗ୍ରାମବାସୀ ଅଟକ ରଖିଥିଲେ।  ପରେ ଲାଞ୍ଜିଗଡ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର ଘଟଣାସ୍ଥଳରେ ପହଞ୍ଚି ଜଳ ଯୋଗାଣ ପାଇଁ ପ୍ରତିଶ୍ରୁତି ଦେବା ପରେ ସମସ୍ତଙ୍କୁ ଛାଡିଥିଲେ ।

ଲାଞ୍ଜିଗଡ ବ୍ଲକ୍ ବିଜେପୁର ପଞ୍ଚାୟତର ଏହି ସିନ୍ଧଭଟା ଗାଁରେ ୬୫ଟି ପରିବାର ରହୁଥିବା ସାଢେ ୩ଶହରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ଏହି ଗାଁର ମୁଖ୍ୟ ସମସ୍ୟା ହେଉଛି ପାନୀୟ ଜଳ । ଗାଁରେ ୩ଗୋଟି ନଳକୂପ ଅଛି । କିନ୍ତୁ ଖରାଦିନରେ ମାର୍ଚ୍ଚ ମାସରୁ ହିଁ ନଳକୂପଗୁଡିକରେ ପାଣି କମ୍ ପରିମାଣରେ ବାହାରୁଛି । ଗୋଟିଏ ହାଣ୍ଡି ପାଣି ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଥିବା ଗାଁ ଲୋକେ ଅଭିଯୋଗ କରିଛନ୍ତି ।

   Related Posts