Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଗୋରୁ ଚୋରା ଚାଲାଣ ବେଳେ ଅଟକାଇଲେ ଗ୍ରାମବାସୀ, ପୋଲିସ ଦ୍ବାରା ୨ ଅଟକ

8/05/2021 at 2:27 PM

ବାଲିପାଟଣା ୮।୫: ରାଜଧାନୀ ଉପକଣ୍ଠରେ ଗୋରୁ ଚୋରା ଚାଲାଣ ହେଉଥିବା ବେଳେ ଅଟକାଇଲେ ଗ୍ରାମବାସୀ । ଘଟଣାସ୍ଥଳରେ ବଜରଙ୍ଗ ଦଳର କର୍ମୀମାନେ ପହଞ୍ଚି ପିକ୍ ଅପ୍ ଭ୍ୟାନ୍ ରୁ ୫ଟି ଗୋରୁଙ୍କୁ ଉଦ୍ଧାର କରିଛନ୍ତି ।

ସୂଚନାଯୋଗ୍ୟ ଯେ, ବାଲିପାଟଣା ଥାନା ସାହେବନଗର ଗ୍ରାମରୁ ଏହି ଗୋରୁ ସବୁ ଭଦ୍ରକ ଯାଉଥିଲା । ପୂର୍ବରୁ ଜଗି ରହିଥିବା ଗ୍ରାମବାସୀ ଏହି ଗାଡ଼ିକୁ ଅଟକାଇଥିଲେ । ଗାଡ଼ିର ଡ୍ରାଇଭର ଲୋକମାନଙ୍କୁ ଧମକ ଚମକ ଦେଇ ଖସିଯିବାକୁ ଉଦ୍ୟମ କରୁଥିଲା । ଖବର ପାଇ ବାଲିଅନ୍ତା ପୋଲିସ ପହଞ୍ଚି ଗୋରୁ ଚୋରା ଚାଲାଣ ଅଭିଯୋଗରେ ଦୁଇ ଜଣଙ୍କୁ ଅଟକ ରଖିଛି । କିଛି ମାସ ପୂର୍ବେ ସାହେବ ନଗର ଗ୍ରାମରୁ ବିପୁଳ ପରିମାଣର ଗୋମାଂସ ଜବତ କରିଥିଲା ପୋଲିସ । ଏହି ବେଆଇନ ଗୋ ଚାଲାଣ, ଗୋ ମାଂସ ଚାଲାଣ ଉପରେ ରୋକ୍ ନ ଲାଗିଲେ ପରିସ୍ଥିତି ଭୟାବହ ହେବ ବୋଲି ବଜରଙ୍ଗ ଦଳ ଚେତାବନୀ ଦେଇଛି ।

   Related Posts