Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଖର ସେନାର ଲଙ୍କା ବିଜୟ, ପ୍ରଥମ ଟି-୨୦ରେ ୩୮ ରନ୍‌ରେ ଜିତିଲା ଭାରତ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୦୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୩୨ ଡିସଚାର୍ଜ
  • ||
  • ଟୋକିଓ ଅଲିମ୍ପିକ୍ସ : ଭାରତୀୟ ହକି ଟିମର ପରାଜୟ, ୧-୭ ଗୋଲରେ ଜିତିଲା ଅଷ୍ଟ୍ରେଲିଆ
  • ||
  • ହାଇଦରକୁ ଏନକାଉଣ୍ଟର ବେଳେ ବାଜିଥିଲା ୩ ଗୁଳି କିନ୍ତୁ ଶରୀରରୁ ବାହାରିଲା ୪ଟି ଗୁଳି, ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର ହେଲା ମୃତ ଦେହ
  • ||
  • ଭୁଶୁଡିଲା ସ୍ମାର୍ଟ ପୋଖରୀର ସ୍ମାର୍ଟ ପାଚେରୀ, ନିର୍ମାଣ ସରିବା ପରେ ୭ ଦିନ ବି ଗଲାନି
  • ||
  • ବିଦ୍ୟୁତ ଆଘାତରେ ଟଳିପଡିଲେ ଅସ୍ଥାୟୀ କର୍ମଚାରୀ, ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୮୩୩ କରୋନା ପଜିଟିଭ୍
  • ||
  • ବିଜେଡିର ମିଶ୍ରଣ ପର୍ବ, ଦଳରେ ସାମିଲ ହେଲେ ଜିଲ୍ଲା ପରିଷଦ ସଭ୍ୟ ଓ ବିଜେପି କର୍ମୀ
  • ||
  • ଦାନା ବାନ୍ଧୁଛି ଲଘୁଚାପ, ୨୭ରୁ ୨୯ ଯାଏଁ ଛେଚିବ ବର୍ଷା
  • ||

ଅଭିନବ ପ୍ରତିବାଦ : ରାସ୍ତାର ଅବସ୍ଥା ଶୋଚନୀୟ, କାଦୁଅ ପଚ ପଚ ରାସ୍ତାରେ ଧାନ ତଳି ରୋଇଲେ ଗ୍ରାମବାସୀ

8/08/2020 at 2:03 PM

ଝରିଗାଁ ୮।୮: ଗାଁକୁ ରାସ୍ତା ନାହିଁ । ଅଛି ତ କାଦୁଅ ପଚ ପଚ ରାସ୍ତା । ପ୍ରଶାସନକୁ ଗୁହାରି କରି ଥକିଗଲେ । ଶେଷକୁ କାଦୁଅ ପଚ ପଚ ରାସ୍ତାରେ ଧାନ ତଳି ରୋଇ ପ୍ରତିବାଦ କରିଛନ୍ତି ଗ୍ରାମବାସୀ । ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଝରିଗାଁ ବ୍ଲକ୍ ପାଲିଆ ପଞ୍ଚାୟତର ଟାପୁଗୁଡାରେ ।

ସୂଚନାଯୋଗ୍ୟ ଟାପୁଗୁଡା-ଅମଲିଯୋଡି ଗାଁ ଦୀର୍ଘ ୩ କି.ମି. ରାସ୍ତା ଅବସ୍ଥା ଶୋଚନୀୟ । ଫଳରେ ଗାଁକୁ ପହଞ୍ଚି ପାରୁନି ଆମ୍ବୁଲାନ୍ସ । ବର୍ଷାଦିନ ଆସିଲେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ପ୍ରଶାସନ ନିକଟରେ ଗୁହାର କରି ମଧ୍ୟ ନିରାଶ ହୋଇଥିଲେ ଗ୍ରାମବାସୀ । ଶେଷରେ ସେହି କାଦୁଅ ରାସ୍ତାରେ ଧାନ ତଳି ରୋଇ ପ୍ରତିବାଦ ଜଣାଇଛନ୍ତି ।

   Related Posts