Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଟିକାକରଣ ନେଇ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ, ଭର୍ଚୁଆଲରେ ୪୦ ଜିଲ୍ଲାର ଅଧିକାରୀଙ୍କ ସହ କଥା ହେବେ

3/11/2021 at 8:13 AM

ନୂଆଦିଲ୍ଲୀ ୦୩/୧୧: ଦେଶର ଟିକାକରଣ ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମୀକ୍ଷା ବୈଠକ କରିବେ । ମଧ୍ୟାହ୍ନରେ ବସିବ ଏହି ବୈଠକ । ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ ୪୦ ଟି ଜିଲ୍ଲାର ଜିଲ୍ଲା ମାଜିଷ୍ଟ୍ରେଟଙ୍କ ସହ ଆଲୋଚନା କରିବେ । ଯେଉଁଠାରେ କରୋନା ଟିକାକରଣର ଗତି ମନ୍ଥର ହୋଇଛି । ସେନେଇ ସମୀକ୍ଷା କରିବେ ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ ବୁଧବାର ଦିନ ଝାଡଖଣ୍ଡ, ମଣିପୁର, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ, ମହାରାଷ୍ଟ୍ର, ମେଘାଳୟ ଏବଂ ଅନ୍ୟାନ୍ୟ ରାଜ୍ୟରେ ଟିକାକରଣ କମ୍ ଥିବା ଜିଲ୍ଲା ଜିଲ୍ଲା ମାଜିଷ୍ଟ୍ରେଟଙ୍କ ସହ ପ୍ରଧାନମନ୍ତ୍ରୀ ଯୋଗାଯୋଗ କରିବେ । ଏହି ରାଜ୍ୟଗୁଡିକର ମୁଖ୍ୟମନ୍ତ୍ରୀ ମଧ୍ୟ ବୈଠକରେ ଉପସ୍ଥିତ ରହିବେ ।

ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅନୁଯାୟୀ, ଭାରତର କରୋନା ଟୀକାକରଣ କଭରେଜ୍ ୧୦୬.୭୯ କୋଟି ଅତିକ୍ରମ କରିଛି । ନଭେମ୍ବର ୧ରେ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ୪୭ ଲକ୍ଷରୁ ଅଧିକ ଟିକା ଦିଆଯାଇଥିଲା । ଅନ୍ତିମ ରିପୋର୍ଟ ପ୍ରସ୍ତୁତି ସହିତ ଦୈନିକ ଟିକାକରଣ ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି ।

   Related Posts