Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||
  • ଡ୍ୟାମରେ ଭାସୁଛି ଯୁବକଙ୍କ ମୃତଦେହ, ଗାଧୋଇଲା ବେଳେ ବୁଡି ଯାଇଥିଲେ
  • ||
  • ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଫେରିଥିବା ବ୍ୟକ୍ତି କୋଭିଡ ପଜିଟିଭ୍: ଆଇସୋଲେସନରେ ସଂକ୍ରମିତ, ଓମିକ୍ରନ୍ ନେଇ ଆଲର୍ଟ
  • ||

ଗାଁରେ ପଶିଲା ନାଳ ପାଣି, ବହୁ ପରିବାର ଜଳବନ୍ଦୀ ; ପ୍ରଶାସନ ପାଲଟିଛି ନିଦାବିଷ୍ଣୁ

15/10/2020 at 1:00 PM

ସାନଖେମୁଣ୍ଡି ୧୪|୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଦିଗପହଣ୍ଡି ଅଞ୍ଚଳରେ ଜାରି ରହିଛି ଲଗାଣ ବର୍ଷା। ବର୍ଷା ପ୍ରଭାବରେ ଦିଗପହଣ୍ଡି ବ୍ଳକ ଚୌଧୁରୀ ଟିକରପଡ଼ା ଗାଁର  ବୋଇରାଣୀ ନାଳ ପାଣି ନିଷ୍କାସନ ହୋଇନପାରି ଗାଁ ଭିତରେ ପଶିଯାଇଛି।

ଗାଁର ଗଣିଆ ସାହି ରାସ୍ତାରେ ୨ ଫୁଟ ଉଚ୍ଚରେ ନାଳପାଣି ଜମି ରହିଛି। ଗାଁର ଅନେକ ପରିବାର ଏବେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଲୋକେ ଏନେଇ ଦିଗପହଣ୍ଡି ବିଡ଼ିଓ ହଳଧର ଶବର ଏବଂ ତହସିଲଦାର ଅଦ୍ଵୈତ କୁମାର ସ୍ବାଇଁଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । କିନ୍ତୁ  ପ୍ରଶାସନ ପକ୍ଷରୁ ବୁଧବାର ସନ୍ଧ୍ୟା ସୁଦ୍ଧା ବଢ଼ି ପାଣି ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା କରାନଯାଇନଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି। ପାଣି ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା କରାଯାଇନଥିଲା । ଅସାରାଏ ବର୍ଷା ହେଲେ ଗାଁ ରାସ୍ତାରେ ପାଣି ଜମିରହୁଛି । ଗ୍ରାମବାସୀ ପୂର୍ବରୁ ବାରମ୍ବାର ଆପତ୍ତି ଅଭିଯୋଗ କଲେ ମଧ୍ୟ ପଞ୍ଚାୟତ କର୍ତ୍ତୃପକ୍ଷ ନିଦାବିଷ୍ଣୁ ସାଜିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। 

ସମସ୍ୟାର ସ୍ଥାୟୀ ସମାଧାନ କରାନଗଲେ ଜନଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ଧମକ ଦେଇଛନ୍ତି।  ଏନେଇ ଦିଗପହଣ୍ଡି ତହସିଲଦାରଙ୍କୁ ପଚାରିବାରୁ ଭ୍ରମରପୁର ସର୍କଲର ରାଜସ୍ବ ନିରୀକ୍ଷକ ଘଟଣାସ୍ଥଳରେ ପହଞ୍ଚି  ସବିଶେଷ ଅନୁଧ୍ୟାନ କରିବାସହ ରିପୋର୍ଟ ସଂଗ୍ରହ କରି ଫେରିଛନ୍ତି। ଗାଁର ଖାଲୁଆ ଅଞ୍ଚଳରେ ବର୍ଷାପାଣି ସହ ନାଳ ପାଣି ନିଷ୍କାସନ ହୋଇ ନପାରି ଜମି ରହିଥିବାରୁ ଏଭଳି ଅବସ୍ଥା ସୃଷ୍ଟି ହୋଇଥିବା କହିଛନ୍ତି।     

   Related Posts