Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ପ୍ରୟାଗରାଜରେ ଜଳପ୍ରଳୟ : ବାରଣାସୀରେ ଗଙ୍ଗା ନଦୀର ଜଳସ୍ତର ବୃଦ୍ଧି,୧୦ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

22/09/2019 at 2:57 PM

ବାରଣାସୀ ୨୨/୯: ପ୍ରୟାଗରାଜରେ ଜଳପ୍ରଳୟ । ଗତ କିଛି ଦିନ ଧରି ବନ୍ୟା ବୀଭିଷିକାରେ ଅସ୍ତବ୍ୟସ୍ତ ହୋଇପଡିଛି ଉତ୍ତରପ୍ରଦେଶର ପ୍ରୟାଗରାଜ ସହର । ଅନେକ ଅଞ୍ଚଳରେ ଜଳସ୍ତର ଖସୁଛି, ତେବେ ଆହୁରି ଅନେକ ଇଲାକା ଜଳବନ୍ଦୀ ହୋଇ ରହିଛି । ଅନେକ କଲୋନୀରେ ଘରର ତଳମହଲା ବୁଡି ଯାଇଛି । ଲୋକ ପାଣି ଘେରରେ ରହିଛନ୍ତି ।

ଏଣେ ଏସବୁ ଇଲାକାରେ ବିଦ୍ୟୁତ ସରବରାହ ବନ୍ଦ କରି ଦିଆଯାଇଛି । ଜଳବନ୍ଦୀ ଲୋକେ ନାହିଁନଥିବା ଅସୁବିଧାର ସାମ୍ନା କରୁଛନ୍ତି। ଗଙ୍ଗା କୂଳିଆ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସେପଟେ ବାରଣାସୀରେ ଗଙ୍ଗା ନଦୀର ଜଳସ୍ତର ବଢିବାରେ ଲାଗିଛି । ଫଳରେ ବାରଣାସୀ ସହରର ଅନେକ ଅଞ୍ଚଳରେ ବନ୍ୟା ସ୍ଥିତି ।

ଗଙ୍ଗାର ଭୈସାସୁର ଘାଟରେ ରାସ୍ତା ଉପରକୁ ଚାଲି ଆସିଛି ଗଙ୍ଗା ।ବନ୍ୟା ପ୍ରଭାବିତ ଅଞ୍ଚଳରେ ସ୍କୁଲ କଲେଜ ବନ୍ଦ କରି ଦିଆଯାଇଛି । ପରୀକ୍ଷା ସ୍ଥଗିତ କରିଦିଆଯାଇଚି । ୧୦ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।

   Related Posts