Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଜଳକା ନଦୀରେ ପୁଣି ପ୍ରବେଶ କଲା ବନ୍ୟାଜଳ, ବଢୁଛି ନଦୀର ଜଳସ୍ତର

14/09/2021 at 11:58 AM

ଜଳେଶ୍ବର ୧୪।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ସୋମବାରଠାରୁ ବାଲେଶ୍ବର ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି । ବାଲେଶ୍ଵର ଜିଲ୍ଲା ବସ୍ତା ମଥାନୀ ଜଳକା ନଦୀରେ  ପୁଣି ପ୍ରବେଶ କରିଛି ବନ୍ୟା ଜଳ । ଉପରମୁଣ୍ଡାରେ ରସଗୋବିନ୍ଦ ପୁର, ମୁରୁଡ଼ା ଅଞ୍ଚଳରେ ଲଗାଣ ବର୍ଷା ଯୋଗୁଁ ଜଳକା ନଦୀର ଜଳ ପତ୍ତନ ବଢ଼ିବାକୁ ଲାଗିଛି ।

ନଦୀର ବିପଦ ସଙ୍କେତ ୫.୫୦ ମିଟର ଥିବାବେଳେ ମଙ୍ଗଳବାର ସକାଳ ୬ଟା ସୁଦ୍ଧା ୬.୦୬ ମିଟର ଉପରେ ପ୍ରଭାବିତ ହେଉଛି ବନ୍ୟାଜଳ । ପରିସ୍ଥିତିକୁ ନଜରରେ ରଖି ବ୍ଲକ୍ ପ୍ରଶାସନ ସଜାଗ ଥିବା ଜଣାପଡିଛି।  ଅନେକ ସ୍ଥାନରେ ଡ୍ରେନେଜ୍ ବ୍ୟବସ୍ଥା ଠିକ୍ ନଥିବାରୁ ଉଭୟ ନଦୀର ପାଣି ନିଷ୍କାସନରେ ବିଳମ୍ବ ଘଟୁଥିବା ସାଧାରଣରେ ଚର୍ଚ୍ଚା ହେଉଛି । ତଳିଆ ଅଞ୍ଚଳରେ ବନ୍ୟାଜଳ ପ୍ରବାହିତ ହେବା ସହ ଚାଷ ଜମି ବୁଡ଼ିବାର ଆଶଙ୍କା ଅଧିକ ରହିଛି ।

   Related Posts