Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ବଦଳିବ ପୁଣି ପାଗ : ୧୪ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା , ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

11/03/2020 at 7:29 AM

ଭୁବନେଶ୍ବର ୧୧।୦୩: ହୋଲିରେ ପାଗ ଶୁଖିଲା ରହିବା ପରେ ଆସନ୍ତା ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଉତ୍ତର ଦକ୍ଷିଣ ସମେତ ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨୪ ଘଣ୍ଟା ପାଇଁ ରାୟଗଡ଼ା, କୋରାପୁଟ, ଗଞ୍ଜାମ, ଗଜପତି, କଳାହାଣ୍ଡି , କନ୍ଧମାଳ, ନବରଙ୍ଗପୁର ଓ ସୁନ୍ଦରଗଡ଼ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୪ ପରେ ପାଗରେ ପରିବର୍ତ୍ତନ ହେବା ସହ ତାପମାତ୍ରା ବଢିପାରେ ।   ଗୁରୁବାର  ଦିନ ଉତ୍ତର, ପଶ୍ଚିମ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୩ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ  ବିଭାଗ ।

   Related Posts