Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଆସୁଛି କାଳବୈଶାଖୀ, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

29/04/2021 at 8:26 PM

ଭୁବନେଶ୍ୱର, ୨୯/୦୪: ଏବେ ତାତିରୁ ମିଳିବ ତ୍ରାହି । କାରଣ କାଳବୈଶାଖୀ ବର୍ତ୍ତମାନ ସକ୍ରିୟ ହୋଇଛି । ପୂର୍ବ ବିହାରରୁ ଦକ୍ଷୀଣ ଓଡିଶା ମଧ୍ୟରେ ଟ୍ରାପ ଲାଇନ ସୃଷ୍ଟି ହୋଇଛି । ଏହାସହ ବିହାର ଓ ପୂର୍ବ ଉତ୍ତର ପ୍ରଦେଶ ଆଖପାଖ ଅଂଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ଜଣାପଡ଼ିଛି । ରାଜ୍ୟରେ ଗତ କିଛି ଦିନ ଧରି କ୍ରମାଗତ ଭାବେ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ଆଜି ଠାରୁ ଏଥିରେ ବ୍ରେକ୍ ଲାଗିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୫ ଦିନ  ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡଘଡିର ପ୍ରଭାବ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆସନ୍ତା ୫ଦିନ ଯାଏଁ ରାଜ୍ୟର ତାପମାତ୍ରା ସ୍ୱାଭାବିକ ରହିବ । ତାପମାତ୍ରା ହ୍ରାସ ସହ  ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ରହିଛି । ଏ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତାକାଲି  ସକାଳ ୮ଟା ୩୦ ସୁଦ୍ଧା ୧୦ ଜିଲ୍ଲା ଯଥା- କେଉଁଝର, ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କୋରାପୁଟ, ନବରଙ୍ଗପୁର, ଗଜପତି, କନ୍ଧମାଳ, ଓ ରାୟଗଡାରେ ଘଡଘଡି ଓ ବିଜୁଳି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହାସହ ଉତ୍ତର ଉପକୂଳ ଓ ଦକ୍ଷୀଣ ଓଡିଶାର କିଛି ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି କେଉଁଝର, ମୟୂରଭଂଜ, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳରେ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାସହ ଆସନ୍ତା ତିନି ଦିନ ମଧ୍ୟରେ ଉପକୂଳ ଓଡିଶାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ରହିଛି ।

   Related Posts