ଅସମ୍ଭାଳ ତାତି : ୩ ସହର ପାଇଁ ରେଡ୍‌ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

Published By : Prameya-News7 Bureau | April 30, 2024 IST

ଭୁବନେଶ୍ବର ୩୦।୪: ଆଜି ବି ତାତି ଜୋର । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ଓଡିଶା । ସକାଳୁ ସକାଳୁ ଖରା ସମ୍ଭାଳି ହେଉନି । ସତେ ଯେପରି ଆକାଶରୁ ନିଆଁ ବର୍ଷୁଛି । ଗୁଳୁଗୁଳି ସାଙ୍ଗକୁ କଲବଲ କରୁଛି ଅସହ୍ୟ ତାତି । ମଙ୍ଗଳବାର ସାଢେ ୧୧ଟା ସୁଦ୍ଧା ତାପମାତ୍ରା ୪୪ ଡିଗ୍ରୀ ପାର୍ କରିଛି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୩ ସହରକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । କଟକ, ଭୁବନେଶ୍ବର ସହ ବାଲେଶ୍ବରକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ରେଡ୍‌ ଆଲର୍ଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।



You Can Read :

ଦିନ ସାଢ଼େ ୧୧ଟାରେ ୪୪ ଟପିଲା ପାରଦ, ଭୁବନେଶ୍ୱରରେ ତାପମାତ୍ରା ୪୩.୬ ଡ଼ିଗ୍ରୀ ରେକର୍ଡ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.