ଭୁବନେଶ୍ୱର, ୧୪/୦୯ :ଆସନ୍ତା ୨୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୨୨ ତାରିଖ ବେଳକୁ ଏହା ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ର ଉପକୂଳ ନିକଟକୁ ଆସିପାରେ। ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ଅଛି। ବରିଷ୍ଠ କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି।

Also Read :- Horoscope Today : ସେପ୍ଟେମ୍ବର ୧୪ ତାରିଖ, ସୋମବାର ; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

ମୌସୁମୀ ନିମ୍ନଚାପ ରେଖା ଏବଂ ବଙ୍ଗୋପସାଗରରୁ ଆସୁଥିବା ଜଳୀୟବାଷ୍ପ ଯୋଗୁ ରାଜ୍ୟରେ ବର୍ଷା ବଢ଼ିପାରେ। ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ପାହାଡ଼ିଆ ଅଞ୍ଚଳର କିଛି ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଅଛି। ୨୨ ତାରିଖ ବେଳକୁହେବାକୁ ଥିବା ଲଘୁଚାପ କେତେ ଶକ୍ତିଶାଳୀ ହେବ,କେଉଁ ଦିଗକୁ ଯିବ ଓ କେଉଁ ଅଞ୍ଚଳରେ ଅଧିକ ବର୍ଷା କରାଇବ,ତାହା ଏବେଠାରୁ ସ୍ପଷ୍ଟ କହିହେବନି ବୋଲି ପ୍ରଫେସର ପଶୁପାଳକ କହିଛନ୍ତି। ୧୪ ଓ ୧୫ ତାରିଖରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି