Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

କମିବ କାଳବୈଶାଖୀ, ୨ ଦିନରେ ୩ ଡିଗ୍ରୀ ବଢିବ ପାରଦ

6/04/2021 at 8:22 AM

ଭୁବନେଶ୍ୱର,୦୬/୦୪: ବଢୁଛି ତାତି । ସାମୟିକ ଆଶ୍ୱସ୍ତି ପରେ ଏବେ ପୁଣି ଥରେ ଉପରମୁହାଁ ହେବ ସର୍ବୋଚ୍ଚ ତାପମାତ୍ରା । କାଳବୈଶାଖୀ କମିବ । ତତଲା କଡେଇରେ ଭାଜିହେବ ଓଡିଶା । ଦୁଇଦିନ ଭିତରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ଅନୁମାନ କରୁଛି ପାଣିପାଗ ବିଭାଗ ।

ରାଜ୍ୟରେ ତାପମାତ୍ରା ସାମାନ୍ୟ ଉପରମୁହାଁ ହୋଇଛି । ୬ଟି ସ୍ଥାନରେ ତାପମାତ୍ରା ସୋମବାର ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ଥିଲା । ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ଥିବା ବେଳେ ବଲାଙ୍ଗିର ୪୦.୫ ଡିଗ୍ରୀ ଛୁଇଁଥିଲା । ମାଲକାନଗିରି, ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଲେଖାଏଁ ରହିଥିଲା । ସୋନପୁର ତାପମାତ୍ରା ୩୯, ବୌଦ୍ଧ ୩୯.୫, ତାଳଚେର ୩୯.୫, ହୀରାକୁଦ ୩୯.୫, ବାରିପଦା ୩୯.୬ ଡିଗ୍ରୀ ଥିଲା । ଭୁବନେଶ୍ୱର ତାପମାତ୍ରା ୩୭.୫ ଡିଗ୍ରୀ ଥିଲା । ଦିନବେଳା ପାରଳାଖେମୁଣ୍ଡିରେ କାଳବୈଶାଖୀଜନିତ ବର୍ଷା ହୋଇଥିଲା । ସେହିପରି ରବିବାର ଚାନ୍ଦବାଲି, ଭୁବନେଶ୍ୱର, କେନ୍ଦ୍ରାପଡ଼ା, ପାରାଦୀପ, ପୁରୀ, ଅନୁଗୁଳ ଓ ମାଲକାନଗିରିରେ ବର୍ଷା ହୋଇଛି ।

ପାଣିପାଗ ବିଭାଗର କହିବାନୁସାରେ, ଆସନ୍ତା ଦୁଇଦିନ ପାଗ ଶୁଖିଲା ରହିବ । କାଳବୈଶାଖୀ ସମ୍ଭାବନା ପ୍ରାୟତଃ ନାହିଁ । ଏହି ଦୁଇ ଦିନ ଭିତରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିଯିବ । ଅପରପକ୍ଷେ ଦୁଇଦିନ ପରେ ପୁଣି ତାପମାତ୍ରା ଖସିବ ବୋଲି ଅନୁମାନ କରାଯାଉଛି ।  

   Related Posts