Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ

22/01/2021 at 7:54 AM

ଭୁବନେଶ୍ୱର,୨୨/୦୧: କିଛି ଦିନର ନିରବତା ପରେ ପୁଣି ଫେରିଛି ଶୀତ । ରାତି ତାପମାତ୍ରା ଆସନ୍ତା ୨୪ ଘଣ୍ଟା ଭିତରେ ୨-୩ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇବ ବୋଲି ଅନୁମାନ କରାଯାଉଛି । ଏପରି ହେଲେ ଥଣ୍ଡା ବଢ଼ିବ । କିନ୍ତୁ ଏହା ପରେ ପୁଣି ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲସିୟସ୍‌ ବଢ଼ିଯିବ । ଏବଂ ଥଣ୍ଡା କମିଯିବ । ଏପରି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏବେ ରାଜ୍ୟରେ ୨/୩ ଦିନ ହେବ ଥଣ୍ଡା କମିଯାଇଛି । ବୁଧବାର ରାତିରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୧.୮ ଡିଗ୍ରୀ ସେଲସିୟସ୍‌ ଥିଲା । ଯାହା ସ୍ୱାଭାବିକଠାରୁ ୨ ଡିଗ୍ରୀ ଅଧିକ । ସେହିପରି ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗିବାଡ଼ିରେ ପାରଦ ୧୪ ଡିଗ୍ରୀ ରହିଥିଲା । କିନ୍ତୁ ଗୁରୁବାରଠୁ ଉତ୍ତର ପଟୁ ହାଲୁକା ଥଣ୍ଡା ପବନ ବହିବା ଆରମ୍ଭ କରିଛି । ଏଥିଯୋଗୁ ରାତି ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ଶୁକ୍ରବାର ରାତି ତାପମାତ୍ରା ଆହୁରି କମିଯିବ । କିନ୍ତୁ ଶନିବାର ରାତିରୁ ପୁଣି ତାପମାତ୍ରା ବୃଦ୍ଧି ପାଇବ ।

ଶୁକ୍ରବାର ସକାଳେ ପୁରୀ, ନୟାଗଡ଼, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡିରେ ମଧ୍ୟମ ଧରଣର କୁହୁଡ଼ି  ଦେଖିବାକୁ ମିଳିଛି ।

   Related Posts