Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

୫ ଦିନ ଯାଏଁ ଶୁଖିଲା ରହିବ ପାଗ, ବଢିବ ତାତି : ଆଜି କାଁ ଭାଁ ବର୍ଷା ସମ୍ଭାବନା

17/05/2021 at 7:50 AM

ଭୁବନେଶ୍ୱର, ୧୭|୦୫: ଜାରି ରହିବ ତାତି । ଆସନ୍ତା ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାତି ଜାରି ରହିବ । କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ତେବେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ଯେ, ସୋମବାର ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା ରହିବ । ତେବେ ତାପମାତ୍ରା ସ୍ୱାଭାବିକ ରହିବ ବୋଲି ସେ ଆକଳନ କରିଛନ୍ତି ।

ସେହିପରି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ, ଆସନ୍ତାକାଲି ଖରା ରହିବ । କାଁ ଭାଁ କିଛି ସ୍ଥାନରେ ଘଡ଼ଘଡ଼ି ବର୍ଷା ହୋଇପାରେ । ତେବେ ଆରବ ସାଗରରେ ସୃଷ୍ଟି ହୋଇଥିବା ‘ତାଉତେ’ ପ୍ରଭାବରେ ୧୯ରୁ ୨୧ ତାରିଖ ବେଳକୁ ବର୍ଷା ହୋଇପାରେ ବୋଲି ସେ ଆକଳନ କରିଛନ୍ତି ।

ଅପରପକ୍ଷେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ପୂର୍ବାନୁମାନ ଅନୁସାରେ ‘ତାଉତେ’ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅତି ପ୍ରବଳ ଘୂର୍ଣ୍ଣି ଝଡର ରୂପ ନେଇପାରେ । ସେଥିପାଇଁ ଆଇଏମଡି ପକ୍ଷରୁ ସତର୍କ ସୂଚନା(ଅରେଞ୍ଜ ଆଲର୍ଟ)ଜାରି କରାଯାଇଛି । ‘ତାଉତେ’ ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୮ ତାରିଖ ସକାଳେ ଗୁଜୁରାଟ୍‌ ଉପକୂଳ ଅତିକ୍ରମ କରିବ । ପୋର ବନ୍ଦର ଓ ଭାବାନଗର ଜିଲ୍ଲା ମହୁଭା ଦେଇ ଭୂ-ଭାଗକୁ ପ୍ରବେଶ କରିବ । ତେବେ ୧୭ ତାରିଖରେ ପବନର ବେଗ ଘଣ୍ଟାପ୍ରତି ୧୫୦-୧୬୦ କିଲାମିଟର ବହିପାରେ । କେତେକ ସ୍ଥଳରେ ଏହା ୧୭୫ କିଲାମିଟର ଧକ୍କା ଦେବ ବୋଲି ବିଭାଗ ଆକଳନ କରିଛି ।

   Related Posts