ଲଘୁଚାପର ରୁପ ନେଲା ଘୁର୍ଣିବଳୟ। ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

Published By : Prameya-News7 Bureau | September 06, 2018 IST

ଭୁବନେଶ୍ୱର ୦୫/୦୯: ଲଘୁଚାପର ରୁପ ନେଲା ଘୁର୍ଣିବଳୟ। ଆସନ୍ତା ୨୪ ଘଣ୍ଟା ଭିତରେ ଅଧିକ ଘନୀଭୀତ ହୋଇ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା। ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠାରୁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ବଢିବ। ଗତକାଲି ରାତିରୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଢେଙ୍କାନାଳ, ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଦିନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜରେ ସବୁଠୁ ଅଧିକ ବର୍ଷା ହେଇଛି । ଉତ୍ତର ଓଡ଼ିଶାରେ ବର୍ଷାର ପରିଣାଣ ଅଧିକ ଥିବାରୁ ବ୍ରାହ୍ମଣୀ ଓ ବୈତରଣୀରେ ଜଳ ପତ୍ତନ ବଢିବାର ଆଶଙ୍କା ରହିଛି ବୋଲି ପାଣିପାଗ ବଇବାଗ ନିର୍ଦ୍ଦେଶକ କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.