ଗଭୀର ଅବପାତର ରୂପ ନେଲା ଲଘୁଚାପ, ୧୪ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

Published By : Prameya-News7 Bureau | September 12, 2021 IST

ଭୁବନେଶ୍ୱର ୧୨।୦୯: ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଘନିଭୁତ ହୋଇ ଅବପାତରେ ପରିଣତ ହେବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ନେବ ଅବପାତର ରୂପ । ଏବେ ଏହା ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଛି । ଘନିଭୁତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ସେହିପରି ଆଜି ଉପକୂଳ ଓଡିଶାର ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର,ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ଗଞ୍ଜାମ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ, ବରଗଡ଼, ବଲାଙ୍ଗୀର, ଦେବଗଡ଼, କେନ୍ଦୁଝର, ଝାରସୁଗୁଡାରେ ପ୍ରବଳରୁ ଅତି ପ୍ରବଳ ଵର୍ଷା ସମ୍ଭାବନା ରହିଛି । ଯାହାଫଳରେ ଆସନ୍ତା ୧୪ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.