Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ବଙ୍ଗୋପସାଗରରେ ଆସୁଛି ବାତ୍ୟା : ୨୬ରେ ଛୁଇଁବ ଉପକୂଳ, ପ୍ରବଳ ବର୍ଷା ସମ୍ଭାବନା

25/09/2021 at 7:53 AM

ଭୁବନେଶ୍ୱର ୨୫।୦୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅବପାତର ରୂପ ନେଇଛି। ଏହା ପଶ୍ଚିମ -ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ୨୫ ତାରିଖ ଦିନ ୧୨ଟା ବେଳେ ଏହା ସାଇକ୍ଲୋନିକ ଷ୍ଟର୍ମର ରୂପ ନେବ।

ତେବେ ବାତ୍ୟାର ସର୍ବାଧିକ ପ୍ରଭାବ ୨୬ ଓ ୨୭ ତାରିଖରେ ଅନୁଭୂତ ହେବ । ୨୬ ତାରିଖ ସଂଧ୍ୟା ସୁଦ୍ଧା ଏହା ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ୭୦ ରୁ ୮୦ କିଲୋମିଟର ରହିପାରେ । ଏପରିକି ୯୦ କିଲୋମିଟର ଯାଏଁ ଝଟକା ଲାଗି ପାରେ। ୨୭ ତାରିଖରେ ବାତ୍ୟା ଦୁର୍ବଳ ହୋଇ ପୁଣି ଅବପାତ ହେବ। ଏହାପରେ ମାଲକାନଗିରି ଦେଇ ଛତିଗଡ଼ ଅଭିମୁଖେ ଅଗ୍ରସର କରିବ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେପଟେ ଆଜି ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ୨୬ ତାରିଖରେ ୫ ଟି ଜିଲ୍ଲା ପୁରୀ , ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ୫ ଜିଲ୍ଲା ସହିତ ଉପକୂଳ ଓ ଦକ୍ଷିଣ ଓଡ଼ିଶା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୭ ତାରିଖରେ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ, ଏଥିପାଇଁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୭ ତାରିଖରେ ୬ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର ଏବଂ ନୂଆପଡ଼ା ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

   Related Posts