Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଆସୁଛି ଲଘୁଚାପ : ବଢିବ ବର୍ଷାର ପରିମାଣ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ

17/06/2020 at 7:05 AM

ଭୁବନେଶ୍ୱର ୧୭।୦୬:  ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଆଜିଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ପରିମାଣ ବଢ଼ିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

 ସେହିପରି ଆସନ୍ତାକାଲିଠାରୁ  ବର୍ଷାର ପରିମାଣ ବୃଦ୍ଧି ପାଇବ । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ । ୨୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବାକୁ ଥିବାରୁ ଅର୍ଧାଧିକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୌସୁମୀ ସକ୍ରିୟ ରହିଥିବାରୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି । ଏହାଫଳରେ ସମୁଦ୍ର କିଛିଟା ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀମାନେ ଏହି ସମୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

   Related Posts