Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ବଙ୍ଗୋପସାଗର ଲଘୁଚାପ : ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୨୦ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ

6/07/2020 at 7:22 AM

ଭୁବନେଶ୍ୱର ୦୬।୦୭: ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଓଡ଼ିଶାର ଉପରିଭାଗରେ ଲଘୁଚାପ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ସୋମବାର ରାଜ୍ୟବ୍ୟାପୀ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଜିଲ୍ଲାଗୁଡିକ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବରଗଡ଼, ନବରଙ୍ଗପୁର, ବୌଦ୍ଧ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ରାଜ୍ୟର ଅନ୍ୟ ସ୍ଥାନଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି । ଅପରପକ୍ଷେ ବର୍ଷାର ମୁକାବିଲା କରିବା ପାଇଁ ସ୍ୱତନ୍ତ୍ର ରିଲିଫ୍‌ କମିଶନର(ଏସଆରସି) ୨୦ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ।

ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ ସମୁଦ୍ର ଅଶାନ୍ତ ରହିବ । ତେଣୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ କେନ୍ଦ୍ର ପକ୍ଷରୁ ବାରଣ କରାଯାଇଛି । ଗତକାଲି ରାଜ୍ୟରେ ଦେଖା ଦେଇଥିବା ଘୂର୍ଣ୍ଣିବଳୟ ଧୀରେ ଧୀରେ ଲଘୁଚାପରେ ପରିଣତ ହୋଇଥିଲା । ଯାହାର ପ୍ରଭାବରେ ଆଜି ରାଜ୍ୟ ବ୍ୟାପୀ ବର୍ଷା ହୋଇଛି । ଏପରିକି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଆସନ୍ତାକାଲି ମଧ୍ୟ ରାଜ୍ୟରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ତେବେ ରବିବାର ତୁଳନାରେ ସାମାନ୍ୟ କମିବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି । ସେହିପରି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ, ଆସନ୍ତାକାଲି ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ଆସନ୍ତା ୨-୩ ଦିନ ଏଭଳି ବର୍ଷା ଜାରି ରହବ ବୋଲି ଡ. ସାହୁ ଆକଳନ କରିଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଜଗତସିଂହପୁର ଜିଲ୍ଲାରେ ୧୯୦ ମିଲିମିଟର ବର୍ଷା ହୋଇଥିବା ବେଳେ ତିର୍ତ୍ତୋଲରେ ୧୪୦ ମିଲିମିଟର, ମାଲକାନଗିରିରେ ୮୭ ମିଲିମିଟର, ବୌଦ୍ଧରେ ୮୪ ମିଲିମିଟର, ପାରାଦୀପରେ ୭୪ ମିଲିମିଟର, ମାଲକାନଗିରିରେ ୬୧ ମିଲିମିଟର, ଦାରିଙ୍ଗବାଡ଼ିରେ ୫୭ ମିଲିମିଟର, ପାରଳାଖେମୁଣ୍ଡିରେ ୨୮ ମିଲିମିଟର, ଗୋପାଳପୁରରେ ୨୭ ମିଲିମିଟର, କଟକରେ ୨୬ ମିଲିମିଟର ଓ ଭୁବନେଶ୍ୱରରେ ୧୬ ମିଲିମିଟର ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ଼ କରିଛି । ଅପରାହ୍ନ ୫ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ୨୭ ମିଲିମିଟର ବର୍ଷା ହୋଇଥିବା ବେଳେ ବାରିପଦାରେ ୩୯ ମିଲିମିଟର, ଭବାନୀପାଟଣା ଓ ମାଲକାନଗିରିରେ ୧୭ ମିଲିମିଟର ବର୍ଷା ହୋଇଛି ।

   Related Posts