Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ଆଜିଠୁ ବଢିବ ବର୍ଷା, କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

12/07/2020 at 7:24 AM

ଭୁବନେଶ୍ୱର ୧୨।୦୭: ଆସନ୍ତାକାଲି ଓ ପହରଦିନରେ ରାଜ୍ୟରେ ଭଲ ବର୍ଷା ହେବାର ସମ୍ଭାବନା । ଓଡ଼ିଶାରେ ମୌସୁମୀ ବର୍ଷା ଏବେ ସ୍ବାଭାବିକ ଥିଲେ ମଧ୍ୟ ବର୍ଷାର ପରିମାଣ କମ୍ ରହିଛି। ମୌସୁମୀ ଟ୍ରାଫ୍  ଏବେ ଉତ୍ତର ଆଡ଼କୁ ଗତ କରୁଛି। ଏହି ସମୟରେ ମୌସୁମୀ ସାଧାରଣତଃ ଦୁର୍ବଳ ରହିଥାଏ। ଆସନ୍ତା କିଛି ଘଣ୍ଟା ପାଇଁ ଉତ୍ତର-ଦକ୍ଷିଣ ଟ୍ରାଫ୍  ଲାଇନ୍  ଓଡ଼ିଶା ଉପରେ ରହିଛି। ଏହି କାରଣରୁ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଟ୍ରାଫ୍  ଧୀରେ ଧୀରେ ଦକ୍ଷିଣ ଆଡ଼କୁ ଆସିବ। ଫଳରେ କାଲି ଦିନ ସାରା ରାଜ୍ୟରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି୧୪ ତାରିଖରୁ ହିଁ ରାଜ୍ୟରେ ବର୍ଷାର ପରିମାଣ ଟିକେ ବଢ଼ିବ। ୧୩ ଓ ୧୪ ତାରିଖରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ଓ କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ବି ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତାକାଲି  କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ଅନୁଗୁଳ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ଏବଂ ୧୪ ତାରିଖ ଦିନ ନୂଆପଡ଼ା, ବଲାଙ୍ଗୀର, ସମ୍ବଲପୁର ଓ ମାଲକାନଗିରି ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଗତ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି ।

   Related Posts