Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ପ୍ରବଳ ବର୍ଷା, ୯ ଜିଲ୍ଲାରେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ବର୍ଷିବ

13/07/2020 at 7:29 AM

ଭୁବନେଶ୍ୱର ୧୩।୦୭: ଆଜି ଓ ଆସନ୍ତାକାଲି ରାଜ୍ୟରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି । ଓଡ଼ିଶାରେ ମୌସୁମୀ ବର୍ଷା ଏବେ ସ୍ବାଭାବିକ ଥିଲେ ମଧ୍ୟ ବର୍ଷାର ପରିମାଣ କମ୍ ରହିଛି । ମୌସୁମୀ ଟ୍ରାଫ୍ ଏବେ ଉତ୍ତର ଆଡ଼କୁ ଗତ କରୁଛି। ଏହି ସମୟରେ ମୌସୁମୀ ସାଧାରଣତଃ ଦୁର୍ବଳ ରହିଥାଏ । କିଛି ଘଣ୍ଟା ପାଇଁ ଉତ୍ତର-ଦକ୍ଷିଣ ଟ୍ରାଫ୍ ଲାଇନ୍ ଓଡ଼ିଶା ଉପରେ ରହିଛି । ଏହି କାରଣରୁ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି ।

ଆଜି ଦିନ ତମାମ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ ଟିକେ ବଢ଼ିବ । କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜି ସକାଳୁ ରାଜଧାନୀରେ କୋହଲା ପାଗ ସାଙ୍ଗକୁ ଝିପ ଝିପ ବର୍ଷା ହେଉଛି ।  ସେହିପରି ଆଜି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ଅନୁଗୁଳ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବର୍ଷିବ । ଆସନ୍ତାକାଲି ନୂଆପଡ଼ା, ବଲାଙ୍ଗୀର, ସମ୍ବଲପୁର ଓ ମାଲକାନଗିରି ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଗତ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି ।

   Related Posts