ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା, କିଛି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲେ ପାଣିପାଗ ବିଭାଗ

Published By : Prameya-News7 Bureau | July 16, 2020 IST

ଭୁବନେଶ୍ୱର ୧୬।୦୭: ରାଜ୍ୟରେ ସକ୍ରିୟ ମୌସୁମୀ । ଲଗାତର କିଛି ହେଲା ରାଜ୍ୟର କିଛି ଅଂଶରେ ଭଲ ବର୍ଷା ହେଉଛି । ଏହିପରି ଭାବେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

 ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ସମୟରେ କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ସମ୍ବଲପୁର ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାର ପରବର୍ତୀ ଦୁଇ ଦିନ ଓଡ଼ିଶାରେ କମ୍  ବର୍ଷା ରହିବ। ୧୯ ତାରିଖଠାରୁ ପୁଣିଥରେ ବର୍ଷା ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.