Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଲୁଚକାଳି ଖେଳୁଛି ମୌସୁମୀ : ଆସନ୍ତା ଦୁଇଦିନ ବର୍ଷା ବଢ଼ିବ, ୨୪ରୁ ପୁଣି କମିବ

22/07/2020 at 8:44 AM

ଭୁବନେଶ୍ୱର ୨୨।୦୭ : ରାଜ୍ୟରେ ଆସନ୍ତା ଦୁଇଦିନ ବର୍ଷା ବଢ଼ିବ । ବିଶେଷକରି ଉତ୍ତର ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ୨୪ରୁ ବର୍ଷା ପରିମାଣ ପୁଣି କମିବ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଓଡ଼ିଶାରେ ଚଳିତବର୍ଷ ମୌସୁମୀ ପ୍ରବାହ ଧିମା ରହିଛି । ଜୁଲାଇରେ ବର୍ଷା ବିଶେଷ ଭାବେ ହ୍ରାସ ପାଇଛି । ଜୁନ୍‌ ପହିଲାରୁ ଏଯାବତ୍‌ ରାଜ୍ୟରେ ଯେତିକି ବର୍ଷା ହେବା କଥା, ତା’ଠାରୁ ୭% କମ୍‌ ବର୍ଷା ରେକର୍ଡ ହୋଇଛି । ବିଶେଷକରି ଉପକୂଳ ଓଡ଼ିଶାରେ ବର୍ଷା ସବୁଠୁ କମ୍‌ ରହିଛି । ପୁରୀରେ ସ୍ୱାଭାବିକଠାରୁ ୪୯% କମ୍‌ ବର୍ଷା ହୋଇଥିବାବେଳେ ଖୋର୍ଦ୍ଧାରେ ସ୍ୱାଭାବିକ ତୁଳନାରେ ୪୨% କମ୍‌ ବର୍ଷିଛି ମୌସୁମୀ । ସେହିପରି କଟକରେ ୩୮%, ଯାଜପୁରରେ ୩୭%, କେନ୍ଦ୍ରାପଡ଼ାରେ ୩୬%, ବାଲେଶ୍ୱରରେ ୩୧%, ଭଦ୍ରକରେ ୨୨% ଓ ସୋନପୁରରେ ୨୪% କମ୍‌ ବର୍ଷା ହୋଇଛି ।

୩ଟି ଜିଲ୍ଲାରେ ସ୍ୱାଭାବିକଠାରୁ ସାମାନ୍ୟ ଅଧିକ ବର୍ଷା ହୋଇଥିବାବେଳେ ବାକି ୨୦ଟି ଜିଲ୍ଲାରେ ବର୍ଷା ପରିମାଣ ଏବେ ସ୍ୱାଭାବିକ ଅଛି । ଆଉ କିଛି ଦିନ ବର୍ଷା ନହେଲେ ଅନେକ ଜିଲ୍ଲାରେ ବର୍ଷା ଅଭାବ ସ୍ଥିତି ଉପୁଜିବ । ପାଣିପାଗ ବିଭାଗ କହିଛି, ବୁଧବାର ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଦେବଗଡ଼, ସମ୍ବଲପୁର, ସୋନପୁରରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଗୁରୁବାର ରାଜ୍ୟର ଅନେକ ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କେନ୍ଦୁଝର, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ଅପରପକ୍ଷରେ କୃଷି ପାଣିପାଗ ବିଶାରଦ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ରାଜ୍ୟରେ ଏବେ ବଡ଼ ବା ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା କମ୍‌ । ଏବେ ଅଳ୍ପ ଅଳ୍ପ ବର୍ଷା ହେବ । ଯେତିକି ବର୍ଷା ହେବ, ସେଥିରେ ଉପକୂଳ ଓଡ଼ିଶାର ନିଅଣ୍ଟିଆ ସ୍ଥିତି ଭରଣା ହେବନି ।

   Related Posts