ଆଜି ବଢିବ ତାତି, କିଛି ଜିଲ୍ଲାକୁ କାଳବୈଶାଖୀ ସମ୍ଭାବନା

Published By : Prameya-News7 Bureau | May 24, 2020 IST

ଭୁବନେଶ୍ୱର ୨୪।୦୫: ରାଜ୍ୟରେ ଆହୁରି ୨ରୁ ୩ ଡିଗ୍ରୀ ବଢ଼ିବ ତାତି । ଏଭଳି ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ । ଏଥିପାଇଁ ପାଣିପାଗ ବିଭାଗ ଅନୁଗୁଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର ଓ ବୌଦ୍ଧ ଜିଲ୍ଲା ପାଇଁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରିଛି । ଏହି ସବୁ ଜିଲ୍ଲାରେ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି । ୭୨ ଘଣ୍ଟା ମଧ୍ୟରେ ରାଜ୍ୟରେ ତାପମାତ୍ରା ୨ ରୁ ୩ ଡିଗ୍ରି ବଢ଼ିବ ।

{"id":267545,"sizeSlug":"large"}
Summer heat on the thermometer

ବିଭିନ୍ନ ସ୍ଥାନରେ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଛି । ଆଗାମୀ ୪ ଦିନ ପାଇଁ କିଛି ଜିଲ୍ଲାରେ ତାପମାତ୍ରା ବଢ଼ିବାର ଆଶଙ୍କା ରହିଛି । ଗତକାଲି ରାଜ୍ୟର ୧୨ଟି ସହରର ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଥିଲା । ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡରେ ସର୍ବାଧିକ ୪୫ ଦଶମିକ ୫ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିଲା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡିଶାର କିଛି କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ମୟୁରଭଞ୍ଜ, ସୁନ୍ଦରଗଡ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ପୂର୍ବାନୁମାନ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.