Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ଆସନ୍ତାକାଲିଠୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା , ୧୨ ଜିଲ୍ଲାରେ ପ୍ରବଳ ବର୍ଷା

5/09/2020 at 8:21 AM

ଭୁବନେଶ୍ୱର ୦୫।୦୯: କାଲିଠୁ (ରବିବାର) ରାଜ୍ୟରେ ବର୍ଷା ସମ୍ଭାବନା । ଝଡ଼ ତୋଫାନ ସହ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ମୌସୁମୀର ଦୁର୍ବଳ ସ୍ଥିତି ଲାଗି ରହିଛି । ଆସନ୍ତା ୨/୩ ଦିନ ପର୍ଯ୍ୟନ୍ତ ବିଶେଷ ବର୍ଷାର ସମ୍ଭାବନା ନାହିଁ। ତେବେ ୬ ତାରିଖ ଆଡ଼କୁ ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ ହୋଇପାରେ । ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଲଘୁଚାପ ଯିବା ପରେ ବର୍ଷା କମିଯାଇଛି। ପ୍ରାୟତଃ ଅଧିକାଂଶ ଅଞ୍ଚଳ ଶୁଖିଲା ପଡ଼ିଛି। ତେବେ ରବିବାରଠାରୁ ରାଜ୍ୟରେ ବର୍ଷା ପରିମାଣ ସାମାନ୍ୟ ବଢ଼ିପାରେ। ଲଗାଣ ବର୍ଷା ନ ହେଲେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୬ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ରହିବ।

ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ଗଜପତି, ନବରଙ୍ଗପୁର ଆଦି ଜିଲ୍ଲାରେ ଝଡ଼ତୋଫାନ ହେବାର ଆଶଙ୍କା ରହିଛି। ୭ ତାରିଖ ଦିନ ମଧ୍ୟ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, କନ୍ଧମାଳ ଓ ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି । ଅନ୍ୟପଟେ ୮ ତାରିଖ ଦିନ ଝଡ଼ତୋଫାନର ପ୍ରଭାବ ଅଧିକ ରହିବ

ପାଣିପାଗ ବିଭାଗ କହିଛି, ବର୍ତ୍ତମାନ ଉତ୍ତର ଛତିଶଗଡ଼ ଏବଂ ଦକ୍ଷିଣ ଛତିଶଗଡ଼ ଉପରେ ପୃଥକ ପୃଥକ ଘୂର୍ଣ୍ଣିବଳୟ ରହିଛି। ଉତ୍ତର ଓଡ଼ିଶାରୁ ବିହାର ପର୍ଯ୍ୟନ୍ତ ଏକ ଟ୍ରଫଲାଇନ ବି ଅଛି। ଏହା ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି କେତେକ ଅଞ୍ଚଳରେ।

ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ। ରବିବାର କେତେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବିଶେଷ କରି ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, ଗଜପତିରେ ଘଡ଼ଘଡ଼ି ସହ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ରହିଛି।

ସୋମବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, କନ୍ଧମାଳ, ବାଲେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ମଙ୍ଗଳବାର ମଧ୍ୟ ଉପକୂଳ ସହ କେନ୍ଦ୍ରୀୟ ଓଡ଼ିଶାର କେତେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ଓ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ଅଛି । ଏ ନେଇ ସ୍ୱତନ୍ତ୍ର ରିଲିଫ୍‌ କମିଶନର ବିଭିନ୍ନ ଜିଲ୍ଲାପାଳଙ୍କୁ ସତର୍କତା ପଦକ୍ଷେପ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

   Related Posts