Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ଆସୁଛି ଆଉ ଏକ ଲଘୁଚାପ, ୨୦ରୁ ସାରା ଓଡ଼ିଶାରେ ବର୍ଷା !

16/09/2020 at 8:10 AM

ଭୁବନେଶ୍ୱର ୧୬।୦୯: ଆସୁଛି ଆଉ ଏକ ଲଘୁଚାପ। ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୦ ଓ ୨୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୦ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଫଳରେ ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ରାଜ୍ୟ ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୩ ତାରିଖ ଦିନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପବଳୟ ଏବେ ଦୁର୍ବଳ ହୋଇଯାଇଛି।

ଅନ୍ୟପଟେ ମୌସୁମୀ ଏବେ ରାଜ୍ୟରେ ଦୁର୍ବଳ ରହିଛି। ତେଣୁ ଆସନ୍ତା ୩ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ପାଗ ଶୁଖିଲା ଓ ଖରାଟିଆ ରହିବ। ତାପମାତ୍ରା ସ୍ବାଭାବିକଠାରୁ ୨/୩ ଡିଗ୍ରି ଅଧିକ ରହିବ। ୩ ଦିନ ଧରି ଏପରି ସ୍ଥିତି ଲାଗି ରହିବା ପରେ ୧୯ତାରିଖ ଆଡ଼କୁ ପାଗରେ ପରିବର୍ତ୍ତନ ଆସିବ। ୨୦ ତାରିଖ ଦିନ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇ ରାଜ୍ୟରେ ବର୍ଷା କରାଇବ ।

   Related Posts