Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ୱଳ୍ପ ବର୍ଷା ସମ୍ଭାବନା, କିନ୍ତୁ ୧୧ରୁ ବଢ଼ିବ ବର୍ଷାର ପ୍ରକୋପ

7/10/2020 at 8:48 AM

ଭୁବନେଶ୍ୱର ୦୭।୧୦:  ଓଡ଼ିଶା ଉପକୂଳ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ କମିଛି । ତେବେ ଦକ୍ଷିଣ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଥିବାରୁ ମୌସୁମି ଟ୍ରଫ ଲାଇନ ଏବେ ସକ୍ରିୟ ରହିବା ସହିତ କିଛି ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି ।

ଲଘୁଚାପ ଦୁର୍ବଳ ହୋଇଯାଇଥିଲେ ହେଁ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ସକାଳ ସୁଦ୍ଧା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲାରେ ବର୍ଷାର ସମ୍ଭାବନା ରହିଛି । ତେବେ ପରବର୍ତ୍ତୀ ୨୪ଘଣ୍ଟାରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ, କିନ୍ତୁ ବଡ଼ ଧରଣର ବର୍ଷାର ସମ୍ଭାବନା ନାହିଁ ।

ତେବେ ଳଘୁଚାପ ପ୍ରଭାବରେ ୧୧ରୁ ବର୍ଷା ପ୍ରକୋପ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସେହିପରି ଆସନ୍ତା ୯ତାରିଖରେ ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଲଘୁଚାପ ସୃଷ୍ଟି ହେବାର ୨୪ଘଣ୍ଟା ଭିତରେ ଉତ୍ତର ପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେବ । ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୧୧ରୁ ୧୩ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ।

ଲଘୁଚାପ ସମୟରେ ଆସନ୍ତା ୧୦ ତାରିଖଠାରୁ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ  ଘଣ୍ଟାକୁ ୪୫ରୁ ୫୫କିମି ବେଗରେ ପବନ ବହିବାର ସମ୍ଭାବନା  ରହିଛି । ତେଣୁ ଏହି ସମୟରେ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀ ସମୁଦ୍ରକୁ ଯାଇଛନ୍ତି ସେମାନେ ୧୦ତାରିଖ ପୂର୍ବରୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି।

   Related Posts