Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ୱେଲମାର୍କରେ ପରିଣତ ହେଲା ଲଘୁଚାପ, ଆଜିଠୁ ୧୪ ତାରିଖ ଯାଏ ସାରା ରାଜ୍ୟରେ ବର୍ଷିବ

11/10/2020 at 7:39 AM

ଭୁବନେଶ୍ୱର ୧୧।୧୦: ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ଆସନ୍ତା ୨୪ଘଣ୍ଟାରେ ଅବପାତରେ ପରିଣତ ହେବ । ଆସନ୍ତାକାଲି ସୁଦ୍ଧା ଏହା ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଦେଇ ସ୍ଥଳଭାଗକୁ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ତିନିଦିନ ଧରି ବର୍ଷା ଲାଗିରହିବ ।

ଆସନ୍ତାକାଲି ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଓ କୋରାପୁଟ ଆଦି ୫ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୩ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଓ ରାୟଗଡ଼ା ଆଦି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ରିପୋର୍ଟରୁ ସୂଚନା ମିଳିଛି ।

 ଲଘୁଚାପ ପ୍ରଭାବରେ ଆଜିଠୁ ଦୁଇ ଦିନ ଯାଏ ଦକ୍ଷିଣ ଓଡ଼ିଶା ଉପକୂଳରେ ଘଣ୍ଟାକୁ ୪୫ରୁ ୫୫କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏଥିପାଇଁ  ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବା ପାଇଁ ସତର୍କ କରିଦିଆଯାଇଛି । ଲଘୁଚାପ ପ୍ରଭାବରେ କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଯେକୌଣସି ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନକୁ ସଜାଗ ରଖିବା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନର ସବୁ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି ।

   Related Posts