Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଡିପ୍ରେସନରେ ପରିଣତ ହେଲା ଲଘୁଚାପ, ବିଶାଖାପାଟଣା ଠାରୁ ୪୩୦ କିମି ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ

11/10/2020 at 2:07 PM

ଭୁବନେଶ୍ୱର ୧୧।୧୦: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍ରେସନରେ ପରିଣତ ହୋଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଜି ସକାଳ ୯ଟାରେ ଜାରି କରାଯାଇଥିବା ବୁଲେଟିନରେ ଏହା ଦର୍ଶାଯାଇଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଏହି ଡିପ୍ରେସନ୍ ବିଶାଖାପାଟଣା ଠାରୁ ୪୩୦ କିଲୋମିଟର ଦକ୍ଷିଣ- ଦକ୍ଷିଣ ପୂର୍ବ ଦିଗରେ ରହିଛି। ଆସନ୍ତା ୨୪ ଘଣ୍ଟା ଭିତରେ ଏହା ଗଭୀର ଅବପାତ ବା ଡିପ୍ ଡିପ୍ରେସନରେ ପରିଣତ ହୋଇ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

୧୨ ତାରିଖ ରାତିରେ ଆନ୍ଧ୍ରପ୍ରଦେଶର ନାରସାପୁର ଓ ବିଶାଖାପାଟଣା ମଧ୍ୟରେ ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ରାଜ୍ୟରେ ତିନିଦିନ ଧରି ବର୍ଷା ଲାଗିରହିବ। ଆସନ୍ତାକାଲି ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଓ କୋରାପୁଟ ଆଦି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ମାଲକାନଗିରି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୩ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ରିପୋର୍ଟରୁ ସୂଚନା ମିଳିଛି ।

ଲଘୁଚାପ ପ୍ରଭାବରେ ଆଜିଠୁ ଦୁଇ ଦିନ ଯାଏ ଦକ୍ଷିଣ ଓଡ଼ିଶା ଉପକୂଳରେ ଘଣ୍ଟାକୁ ୪୫ରୁ ୫୫କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏଥିପାଇଁ  ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବା ପାଇଁ ସତର୍କ କରିଦିଆଯାଇଛି । ଲଘୁଚାପ ପ୍ରଭାବରେ କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଯେକୌଣସି ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନକୁ ସଜାଗ ରଖିବା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନର ସବୁ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

   Related Posts