Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଆଜି ଉପକୂଳ ଅତିକ୍ରମ କରିବ ବଙ୍ଗୋପସାଗରରେ ସୃଷ୍ଟ ଡିପ୍ ଡିପ୍ରେସନ୍, ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା !

13/10/2020 at 7:36 AM

ଭୁବନେଶ୍ୱର ୧୩।୧୦:  ବଙ୍ଗୋପସାଗରରେ ସୃଷ୍ଟ ଡିପ୍ ଡିପ୍ରେସନ୍  ଆଜି ଆନ୍ଧ୍ର ଉପକୂଳ ଅତିକ୍ରମ କରୁଛି। ଆନ୍ଧ୍ରପ୍ରଦେଶର ନାରସାପୁର ଓ ବିଶାଖାପାଟଣା ମଧ୍ୟରେ ଏହା ସ୍ଥଳଭାଗ ଅତିକ୍ରମ କରିବ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥଳ ଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ୫୫ରୁ ୬୫ କିଲୋମିଟର ମଧ୍ୟରେ ରହିବ।

ତେବେ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ। ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଓଡ଼ିଶା ଉପକୂଳରେ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ସମେତ ଓଡ଼ିଶାର ଅନେକ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।

ବିଶେଷ କରି ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁରରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। । ଗତକାଲି ଛତ୍ରପୁରରେ ୫୨ ମିଲିମିଟର, ପାରଳାଖେମୁଣ୍ଡିରେ ୪୫ ମିମି, ଗୋପାଳପୁରରେ ୩୪ ମିମି ବର୍ଷା ହୋଇଥିଲା । ରାତିରେ ବର୍ଷା ଆହୁରି ବଢ଼ିଥିବା ଜଣାପଡ଼ିଛି । ବୁଧବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ନାହିଁ ।

   Related Posts