Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

14/10/2020 at 7:52 AM

ଭୁବନେଶ୍ୱର ୧୪।୧୦: ଆନ୍ଧ୍ରପ୍ରଦେଶ କାକିନାଡ଼ା ଅତିକ୍ରମ କରିବା ପରେ ମଧ୍ୟ ଡିପ୍ରେସନ ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ଉପକୂଳ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି ।ଡିପ୍ରେସନ ଏବେ ସ୍ଥଳଭାଗରେ ତେଲେଙ୍ଗାନା ଉପରେ କେନ୍ଦ୍ରୀଭୂତ ହୋଇଥିଲେ ମଧ୍ୟ ଏହାର ପ୍ରଭାବରେ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି।

ଗଞ୍ଜାମ ପାତ୍ରପୁର ବ୍ଲକ୍ ଆଙ୍କୁଲି ପଞ୍ଚାୟତରେ ଧସିଛି ପାହାଡ଼।  ପାତ୍ରପୁରର ୩ଟି ପଞ୍ଚାୟତରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ପ୍ରବଳ ବର୍ଷା ଯୋଗୁଁ ପାହାଡ଼ ଉପରୁ ମାଡ଼ି ଆସିଥିଲା ମାଟି କାଦୁଅ ଓ ପଥର । ପାହାଡ ପାଦଦେଶରେ ଥିବା ଘରଦ୍ବାର ଧୋଇ ନେଉଛି । ପାତ୍ରପୁର ବ୍ଲକର ଆଙ୍କୁଲି, ତୁମ୍ବା ଓ ବୁରାତାଲ ପଞ୍ଚାୟତରେ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି । ଫଳରେ ପାହାଡି ଅଞ୍ଚଳ ଜନଜୀବନ ବିଶେଷ ଭାବେ ପ୍ରଭାବିତ ହୋଇଛି।

ସେପଟ ଗଜପତି ମୋହନା ଅଠର ନଳା ପୋଲ ଉପରେ ପାଣି ଚାଲିଛି।  ଗଞ୍ଜାମ ବଡ଼ଗଡ଼ ନିକଟରେ ନିର୍ମାଣଧୀନ ଜରଉ ନଦୀ ସେତୁର ଡାଇଭରସନ ଉପରେ ବର୍ଷା ଜଳ ଚାଲିଛି । ଫଳରେ ବଡ଼ଗଡ଼ ଠାରୁ ବ୍ରହ୍ମପୁରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ପାହାଡ ଉପରେ ଥିବା ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି। ଆଜି ମଧ୍ୟ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

   Related Posts