Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • କଟକ : ଟ୍ରେନିଂ ପାଇଁ ଦିଲ୍ଲୀରୁ ଆସି କଟକ ଷ୍ଟେସନରେ ଯବାନ ନିଖୋଜ, ସ୍ବିଚ୍ ଅଫ୍ ଆସୁଛି ମୋବାଇଲ୍
  • ||
  • ଝାରସୁଗୁଡା : ଝାରସୁଗୁଡା କୋଲାବିରା ଅଞ୍ଚଳରେ ହାତୀ ଉପଦ୍ରବ, ଭାଙ୍ଗିଲେ ଘର ପାଚେରୀ
  • ||

ଆଜି ଉପକୂଳରେ ବର୍ଷା, ୧୭ରୁ ଦକ୍ଷିଣ ଓଡିଶାରେ ବଢ଼ିବ ବର୍ଷାର ପରିମାଣ

15/10/2020 at 7:45 AM

ଭୁବନେଶ୍ୱର ୧୫।୧୦: ଅବପାତ ଓଡ଼ିଶାରୁ ବହୁ ଦୂରକୁ ପଳାଇଛି। ତଥାପି ଓଡ଼ିଶାରେ ବର୍ଷା ପ୍ରକୋପ କମିନାହିଁ। ଗତ ୨୪ ଘଣ୍ଟା ଭିତରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇଛି । କେତେକ ଜାଗାରେ ଅତି ପ୍ରବଳ ବର୍ଷା ହୋଇଛି । ଲଗାଣ ବର୍ଷାରେ ବଂଶଧାରା ଉଛୁଳିଛି । କାଶିନଗରରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ପାଣିପାଗ ବିଭାଗ ଅନୁଯାୟୀ, ରାଜ୍ୟରେ ଏବେ ବି ବର୍ଷା ଲାଗି ରହିବ । ଆଜି ଉପକୂଳ ଓଡ଼ିଶାରେ ବର୍ଷା ବଢ଼ିପାରେ । ୧୭ରୁ ପୁଣି ଦକ୍ଷିଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି ।

ଲଗାଣ ବର୍ଷା ଯୋଗୁ ବଂଶଧାରା ଭୟାନକ ରୂପ ନେଇ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। କାଶୀନଗରରେ ବିପଦ ସଙ୍କେତ ସ୍ତର ୫୪.୬୦ ମିଟର ହୋଇଥିବାବେଳେ ସନ୍ଧ୍ୟା ୬ଟାବେଳେ ଜଳସ୍ତର ୫୪.୭୪ ମିଟର ଥିଲା। ଗୁଣୁପୁରରେ ସତର୍କ ସଙ୍କେତ ( ୮୩ ମିଟର) ଛୁଇଁସାରିଛି ବଂଶଧାରା। ପୁରୁଷୋତ୍ତମପୁରରେ ସତର୍କ ସଙ୍କେତ (୧୫.୮୩ ମି) ଉପରେ ଚାଲିଛି ବଂଶଧାରା। ସନ୍ଧ୍ୟା ୬ଟାବେଳେ ଜଳସ୍ତର ୧୬.୧୩ ମିଟର ଥିଲା।

ପ୍ରବଳ ବର୍ଷା ଯୋଗୁ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ପାହାଡ଼ ଧସିଥିବାବେଳେ ଅନେକ ଘର କ୍ଷତିଗ୍ରସ୍ତ ହୋଇଛି । ଗଞ୍ଜାମ, ଗଜପତି, ରାୟଗଡ଼ାର ବିଭିନ୍ନ ତଳି ଇଲାକାରେ ପାଣି ପଶିଛି । ସ୍ଥିତି ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା ନିର୍ଦ୍ଦେଶ ଦେଇଛନ୍ତି ।

ପାଣିପାଗ ବିଭାଗ କହିଛି, ଉପକୂଳ ଓଡ଼ିଶାର ଅନେକ ସ୍ଥାନ ଏବଂ ଆଭ୍ୟନ୍ତରୀଣ ଅଞ୍ଚଳର ଅଳ୍ପ କେତେକ ଜାଗାରେ ଗୁରୁବାର ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୭ରୁ ଆଉ ଏକ ଲଘୁଚାପ ସମ୍ଭାବନା ଥିବାରୁ ପୁଣି ଦକ୍ଷିଣ ଓଡ଼ିଶାରେ ବର୍ଷା ବଢ଼ିବ ।

   Related Posts