Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଜୁନ୍‌ ୮ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା, ଉପକୂଳରେ ହୋଇପାରେ ବର୍ଷା

3/06/2020 at 8:58 AM

ଭୁବନେଶ୍ୱର ୦୩।୦୬ : ଚାଷୀକୂଳ ପାଇଁ ଭଲ ଖବରଟିଏ । ଓଡ଼ିଶାକୁ ଠିକ୍‌ ସମୟରେ ଆସିବ ମୌସୁମୀ । ଏପରିକି ସ୍ୱାଭାବିକ ସମୟରୁ ସାମାନ୍ୟ ଆଗୁଆ ଆସିପାରେ ମୌସୁମୀ । ଉତ୍ତର ପଶ୍ଚିମ ଓ ଏହା ସଂଲଗ୍ନ ବଙ୍ଗୋପସାଗରରେ ଜୁନ୍‌ ୮ ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ଏହା ପ୍ରଭାବରେ ଓଡ଼ିଶା ଉପକୂଳରେ ବର୍ଷା ହେବ । ଯାହାକି ମୌସୁମୀକୁ ଟାଣି ଆଣିବ । ସମ୍ଭବତଃ ଜୁନ୍‌ ୯ରୁ ୧୧ ତାରିଖ ଭିତରେ ମୌସୁମୀ ଓଡ଼ିଶା ଛୁଇଁପାରେ ବୋଲି ପୂର୍ବାନୁମାନ କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିର୍ଭସିଟି) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ ।

ଡକ୍ଟର ସାହୁଙ୍କ ଆକଳନ ହେଲା, ଦକ୍ଷିଣ ପୂର୍ବ ଓ ଏହାର ସଂଲଗ୍ନ ପୂର୍ବ ମଧ୍ୟମ ଆରବସାଗରରେ ଲଘୁଚାପ ଘନୀଭୂତ ହୋଇ ବାତ୍ୟା ରୂପ ନେଇଛି । ଏହା ମହାରାଷ୍ଟ୍ର ଉପକୂଳ ଅତିକ୍ରମ କରିବା ସମ୍ଭାବନା ଅଛି । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବଲାଙ୍ଗିର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ଜାଗାରେ ମଙ୍ଗଳବାରରୁ ଗୁରୁବାର ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶାର ଅନେକ ଜାଗାରେ ବର୍ଷା ସମ୍ଭାବନା ଅଛି ।

   Related Posts