ବଙ୍ଗୋପସାଗରରେ ଘନୀଭୂତ ହେବାରେ ଲାଗିଛି ଘୂର୍ଣ୍ଣିବଳୟ : କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ତଳିଆ ଅଞ୍ଚଳ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

Published By : Prameya-News7 Bureau | October 21, 2020 IST

ଭୁବନେଶ୍ୱର ୨୧।୧୦: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଆହୁରି ଘନୀଭୁତ ହୋଇପାରେ। ଏହାର ପ୍ରଭାବରେ ଦକ୍ଷିଣ ଓଡିଶା ସହ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜିଠୁ ଉପକୂଳରେ ବର୍ଷା ପରିମାଣ ବଢିପାରେ ବୋଲି ପାଣିପାଗ ବିଭାଗର ଆକଳନ କରିଛି।

ପାଣିପାଗ ବିଭାଗର ଆକଳନ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ପ୍ରଥମେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ତା ପରେ ଉତ୍ତର ଉତ୍ତର ପୂର୍ବ ଦିଗକୁ ମୁହାଁଇବ। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ୩ ଦିନ ବର୍ଷା ହୋଇପାରେ। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ଆଜି ଗଞ୍ଜାମ,ଗଜପତି,ପୁରୀ,ଜଗତସିଂହପୁର,କେନ୍ଦ୍ରାପଡା,ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆସନ୍ତାକାଲି ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଡ ୱାର୍ଣ୍ଣିଂ ଜାରି କରାଯାଇଛି। ଗଜପତି, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ , ବାଲେଶ୍ବର,ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ୟେଲୋ  ୱାର୍ଣ୍ଣିଂ ଜାରି କରାଯାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.