Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ

29/10/2020 at 7:58 AM

ଭୁବନେଶ୍ୱର ୨୯।୧୦: ମୌସୁମୀ ଫେରିଯିବା ପରେ ରାଜ୍ୟରେ ବଢ଼ିଛି ଶୀତର ପ୍ରକୋପ। ଫୁଲବାଣୀ ସହର ସମେତ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି, ବେଲଘର, ରାଇକିଆ, ଜି. ଉଦୟଗିରି  ଆଦି ଅଞ୍ଚଳରେ କୁହୁଡ଼ି ସାଙ୍ଗକୁ ଥଣ୍ଡା  ଅନୁଭୂତ ହୋଇଛି ।

ସେହିପରି ଗତକାଲି ଫୁଲବାଣୀରେ ତାପମାତ୍ରା୧୫ ଡିଗ୍ରୀ ସେଲସିୟସକୁ ଖସିଆସିଥିଲା । ଲା-ନିନା ପ୍ରଭାବରେ ଶୀତର ପ୍ରକୋପ ଏବର୍ଷ  ଅଧିକ ରହିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ଏବେ ସାରା ରାଜ୍ୟରେ ପାଗ ଶୁଖିଲା ରହିବ । ୧ ତାରିଖରେ ଉତ୍ତର ଓଡ଼ିଶାର କେତୋଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ସେପଟେ ଗତକାଲି ସାରା ଓଡ଼ିଶାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ଏବର୍ଷ ରାଜ୍ୟରେ ମୋଟ୍ ୧୧ଟି ଲଘୁଚାପ ହୋଇଛି । ଜୁନ୍ ୧ରୁ ସେପ୍ଟେମ୍ବର ୩୦ ମଧ୍ୟରେ ୮ଟି, କେବଳ ଅକ୍ଟୋବରରେ ହୋଇଛି ୩ଟି ଲଘୁଚାପ ।

ତେବେ ଜୁନ୍ ପହିଲାରୁ ସେପ୍ଟେମ୍ବର ୩୦ ମଧ୍ୟରେ ରାଜ୍ୟରେ ୧୧୩୧ ଦଶମିକ ୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ହାରାହାରି ଠାରୁ ଏକ ପ୍ରତିଶତ କମ୍ । ମାଲକାନଗିରି ଓ ଝାରୁସୁଗୁଡାରେ ବର୍ଷାର ପରିମାଣ ସର୍ବାଧିକ ଥିଲା । ବାଲେଶ୍ବର, ଯାଜପୁର, ପୁରୀ, ଖୋର୍ଦ୍ଧା ଓ ଯାଜପୁରରେ ନିଅଣ୍ଟିଆ ବର୍ଷା ହୋଇଛି ।

   Related Posts