Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

ରାଜ୍ୟରେ ବଢିଲାଣି ଶୀତ, ୫ଟି ସ୍ଥାନରେ ୧୨ଡିଗ୍ରୀ ତଳେ ପାରଦ

9/11/2020 at 8:08 AM

ଭୁବନେଶ୍ୱର ୦୯।୧୧: ରାଜ୍ୟରେ ଶୀତ ପ୍ରକୋପ ବଢ଼ିଛି । ରାତିର ସର୍ବନିମ୍ନ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି । ବିଶେଷ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ଥଣ୍ଡା ଅନୁଭୂତ ହେଉଛି ।

ଗତ ୨୪ ଘଣ୍ଟାରେ ରାଜ୍ୟର ୫ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୨ଡ଼ିଗ୍ରୀ ସେଲସିୟସ ତଳେ ରହିଥିବାବେଳେ ସୋନପୁରରେ ତାପମାତ୍ର ସବୁଠୁ କମ ୯.୬ଡ଼ିଗ୍ରୀ ସେଲସିୟସକୁ ଖସିଥିବା ରେକର୍ଡ଼ କରାଯାଇଛି। ସୋନପୁରରେ କ୍ରମାଗତ ଭାବେ ଦୁଇ ତିନି ଦିନ ଧରି ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ପାରଦ ୧୦.୫ଡ଼ିଗ୍ରୀ ସେଲସିୟସକୁ ଖସିଥିବାବେଳେ ଅଧିକ ଥଣ୍ଡା ଅନୁଭୂତ ହେଉଛି । ଅନୁଗୋଳରେ ୧୧ ଓ କୋରାପୁଟରେ ୧୧.୬ଡ଼ିଗ୍ରୀକୁ କମିଛି ତାପମାତ୍ରା । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବି ତାପମାତ୍ରା ଖସିବା ଆରମ୍ଭ କରିଛି । ଭୁବନେଶ୍ବରରେ ପାରଦ ୧୮କୁ କମିବା ସହିତ କଟକରେ ୧୬.୮ଡ଼ିଗ୍ରୀରେ ପହଞ୍ଚିଛି ।

ରାଜ୍ୟର ୧୧ଟି ସ୍ଥାନରେ ପାରଦ ୧୫ ଡ଼ିଗ୍ରୀ ତଳକୁ ଖସିଛି । ଫଳରେ ବାରିପଦା, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ହୀରାକୁଦ, ଭବାନିପାଟଣା ଓ ବଲାଙ୍ଗୀର ଆଦି ସ୍ଥାନରେ ଶୀତ ଅନୁଭୂତ ହେଉଛି । ତେବେ  ଆସନ୍ତା ୩ଦିନ ପାଗ ଅପରିବର୍ତ୍ତିତ ରହିବ ଏବଂ ଏହା ପରେ ତାପମାତ୍ରା ୨ରୁ ୩ଡ଼ିଗ୍ରୀ ବଢ଼ିବାର ସମ୍ଭାବନା ରହିଛି । ଆସନ୍ତା ଦୁଇରୁ ତିନିଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ରାତିର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ଡ଼ିଗ୍ରୀ ପର୍ଯ୍ୟନ୍ତ କମ ରହିବା ସହିତ ଉପକୂଳ ଓଡ଼ିଶାରେ ୨ରୁ ୩ଡ଼ିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ।

   Related Posts