Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଆଜି ଅଧା ଓଡିଶାରେ କାଳବୈଶାଖୀ ବର୍ଷା, ୩୦ ରୁ ୪୦ କିମି ବେଗରେ ବୋହିପାରେ ପବନ

10/05/2021 at 7:28 AM

ଭୁବନେଶ୍ୱର ୧୦।୦୫ : ରାଜ୍ୟରେ ଏବେ ତାପମାତ୍ରା ଅପେକ୍ଷାକୃତ କମ୍ ରହିଥିବା ବେଳେ ପୁଣି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ରାଜ୍ୟର ୧୯ ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ବଜ୍ରପାତ ଓ କାଳବୈଶାଖୀ ସମ୍ଭାବନା ଥିବା ନେଇ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼,କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବରଗଡ଼, ସମ୍ବଲପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ ରହିଛି । ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୩୦ରୁ ୪୦କିମି ବେଗରେ ପବନ ବହିବାର ବି ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା ରହିଛି ।

ସେହିପରି କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ଯେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକଠୁ କମ୍ ତାପମାତ୍ରା ରହି । ୧୩ ତାରିଖରେ ଦକ୍ଷିଣ ଆରବ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୧୫ ସୁଦ୍ଧା ଲଘୁଚାପ ରୂପ ନେବ । ଯାହା ପରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଭାରତକୁ ନ ଆସି ଆଫ୍ରିକା ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି । ଏହାଦ୍ୱାରା ଓଡ଼ିଶା ସମେତ ଦେଶର ଅଧିକାଂଶ ରାଜ୍ୟରେ ପାଗର ପରିବର୍ତ୍ତନ ହେବ।

   Related Posts