Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଆସୁଛି ବାତ୍ୟା ‘ୟଶ୍’, ସୁନ୍ଦରବନରେ କରିପାରେ ଲ୍ୟାଣ୍ଡଫଲ

19/05/2021 at 8:39 AM

ଭୁବନେଶ୍ୱର ୧୯।୦୫: ପୁଣି ବାତ୍ୟା ଭୟ । ଗୋଟିଏ ପଟେ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ତାଉତେ ବ୍ୟାପକ କ୍ଷୟକ୍ଷତି କରିଛି । ଖାସ୍‌ କରି ଗୁଜୁରାଟ , ମହାରାଷ୍ଟ୍ର, ଗୋଆ ସହ କର୍ଣ୍ଣାଟକରେ ଏହାର ପ୍ରଭାବ ଦେଖିବାକୁ ମିଳିଛି । ତେବେ ଗୋଟିଏ ବାତ୍ୟାର କ୍ଷୟକ୍ଷତି ଆକଳନ ହୋଇନଥିବା ବେଳେ ବଙ୍ଗୋପସାଗରରେ ଦାନା ବାନ୍ଧିଲାଣି ଆଉ ଏକ ବାତ୍ୟା  । ପାଣିପାଗ ଆକଳନ ଅନୁଯାୟୀ ସାମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡ଼କୁ ମୁହାଁଇପାରେ।

ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରିଛି ଯେ, ସୁପର ସାଇକ୍ଲୋନ୍‌ ‘ୟଶ୍’ ସୁନ୍ଦରବନରେ ଲ୍ୟାଣ୍ଡଫଲ କରିପାରେ। ମେ ୨୩-୨୫ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏଭଳି ଆକଳନକୁ ନେଇ ମେ’ ମାସରେ ପୁଣି ଥରେ ବାତ୍ୟା ଡର ଘାରିଲାଣି। ଅନ୍ୟପକ୍ଷରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରକୋପରେ ଭାଜି ହେଉଛି ସାରା ଓଡ଼ିଶା । ମଙ୍ଗଳବାର ରାଜ୍ୟର ୧୧ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ଥିଲା । ସୋନପୁର ୪୨ ଡିଗ୍ରୀ ତାତିରେ ସିଝିଥିବାବେଳେ ଆଉ ୪ଟି ସ୍ଥାନରେ ପାରଦ ୪୧ ଡିଗ୍ରୀ ଟପିଛି ।

   Related Posts