ବୁଧବାରର ରାଶିଫଳ: ପାରିବାରିକ ଖର୍ଚ୍ଚ ବଢିବ, ମନ ବିଚଳିତ ରହିବ

Published By : Prameya-News7 Bureau | January 18, 2022 IST

ମେଷ – ଆଜିର କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ରଙ୍କ ମଧ୍ୟରେ ଆନନ୍ଦମୟ ପରିବେଶ ସୃଷ୍ଟି ହେବ । ଲେଖାପଢାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ । ସୁଖ ସମ୍ମାନ ପ୍ଧବ ଖୁସି ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – ଅନ୍ୟମାନଙ୍କ କାନକୁ ମଧୁର ଲାଗିଲା ଭଳି କଥା କହି କାମ ହାସଲ କରିବେ । ବହୁ ବିଳମ୍ବରେ ହାତକୁ ନେଇଥିବା କାମଗୁଡିକ ଠିକ୍ ଭାବେ ସମ୍ପନ୍ନ ହେବ । କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମିଥୁନ - ସ୍ନାୟବିକ ଦୁର୍ବଳତାଜନିତ ଅସୁସ୍ଥତା ଅନୁଭବ କରିପାରନ୍ତି । ଆନୁଷ୍ଠାନିକ କାମରେ ସାମାନ୍ୟ ଭୁଲ୍ ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ଅର୍ଥ ସମ୍ବନ୍ଧିତ କ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ଯାତ୍ରା ସମୟରେ ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିପାରେ । ପର କଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

 ଗୃହିଣୀ- ସୁଖୀ ହେବେ ।

ସିଂହ – ଆନୁଷ୍ଠାନିକ ସାହାର୍ଯ୍ୟ ଓ ସହ-ଯୋଗର ଅଭାବ ମାନସିକ ସ୍ଥିରତାକୁ କ୍ଷୁର୍ଣ୍ଣ କରିବ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ସମୟରେ ବ୍ୟବସାୟିକ କାରବାର, ବନ୍ଧୁଙ୍କ ସହ ଆଲୋଚନା ହେତୁ ଶୁଭଫଳ ପାଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

 ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

 ରୋଗୀ- ୟୋଗା କରନ୍ତୁ ।

 ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

 କର୍ମଜୀବି- କର୍ମଚଞ୍ଚଳ ରହିବେ ।

 ବ୍ୟବସାୟୀ- ଚୌର ଭୟ ଅଛି ।

 ଗୃହିଣୀ- ସୁଖୀ ହେବେ ।

କନ୍ୟା – ଆପଣଙ୍କ ଅଭାବୀ ପରିସ୍ଥିତିକୁ ହୃଦୟଙ୍ଗମ କରି ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ଗବେଷଣା, ସାହିତ୍ୟ, କଳା ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ ।  ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

 ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

 ରୋଗୀ- ଅସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

 ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଅଫିସ୍ କାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କଥାଟି ଭୁଲିଯିବେ। ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।

 ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

 ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

 କର୍ମଜୀବି- ସହଯୋଗ ମିଳିବ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା – ବିଭିନ୍ନ ଅପ୍ରକାଶ୍ୟ ଘଟଣାକୁ କେନ୍ଦ୍ର କରି ଅଧିକାଂଶ ସମୟ ମନ ବିଚଳିତ ରହିବ । ଅନ୍ୟମାନଙ୍କ ମିଥ୍ୟାଳାପ କାରଣରୁ ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

 ଚାଷୀ- ଶ୍ରମ ସାର୍ଥକ ହେବ ।

 ରୋଗୀ-ସତର୍କତାର ଦିନ ।

 ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ଆକସ୍ମିକ ସୃଷ୍ଟି ହୋଇଥିବା ପରିସ୍ଥିତି ଆପଣଙ୍କୁ ଘଟଣାଗୁଡିକୁ ଅସ୍ୱାଭାବିକ ଭାବେ ଚିନ୍ତା କରିବାକୁ ବାଧ୍ୟ କରିବ । ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

 ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

 ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

 ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ସଫଳତା ମିଳିବ ।

 ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ଆଜି ଦିନରେ ଆପଣ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଏଣୁ ସତର୍କ ରହିବା ଭଲ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪।

 ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

 ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

 କର୍ମଜୀବି- ପ୍ରମୋସନ୍ ମିଳିବ ।

 ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

 ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କୁମ୍ଭ  - ସ୍ୱାସ୍ଥ୍ୟ ଠିକ୍ ରହିଲେ ମଧ୍ୟ ସମସ୍ୟାଜନିତ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ । ଇଚ୍ଛା ନ ଥିଲେ ମଧ୍ୟ ବ୍ୟର୍ଥ ଭ୍ରମଣ ଓ ଅଯଥା ଖର୍ଚ୍ଚାନ୍ତ ଦୁଶ୍ଚିନ୍ତାର କାରଣ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

 ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

 ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ଧାର୍ମିକ ହେବେ ।

ମୀନ - ସମସ୍ୟା ସମାଧାନ କରିବା ସକାଶେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ପ୍ରିୟ ବନ୍ଧୁଟି ସହ ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

 ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

 ରୋଗୀ- ୟୋଗା କରନ୍ତୁ ।

 ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

 ଗୃହିଣୀ- ସଦିଚ୍ଛା ଭାବ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.