ବୁଧବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 14, 2020 IST

ମେଷ – ବ୍ୟୟ ଭାବରେ ମଙ୍ଗଳଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ ଅଟକି ରହିଥିବା କାମ ତ୍ୱରାନ୍ୱିତ ହେବ । ପାରିବାରିକ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନା ସଫଳତା ହାସଲ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।


ବୃଷ – ଲାଭସ୍ଥାନରେ ଚନ୍ଦ୍ର ଥିବାରୁ ସକାଳୁ ସକାଳୁ ଶୁଭ ଖବର ପାଇ ମନ ଖୁସୀ ହୋଇଯିବ । ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍ ପ୍ରକାଶ କରିବା ଠିକ୍ ନ ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ - ଦୀର୍ଘ ଦିନରୁ ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନେ ପାଇପାରନ୍ତି । ଆର୍ଥିକ ଅନଟନ ଦୂରେଇବା କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ – କର୍ମାଧିପ ଭାଗ୍ୟସ୍ଥ ହେତୁ ଦୀର୍ଘ ଦିନର ପ୍ରତୀକ୍ଷା ପରେ ଅପୂର୍ବ ସଫଳତାରେ ଆନନ୍ଦ ଅନୁଭବ କରିବେ । ପରିବାରରେ ପୈତୃକ ସମ୍ପତ୍ତିକ କେନ୍ଦ୍ର କରି ଟଣାଓଟରା ଦେଖା ଦେଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ସିଂହ – ଗୁରୁଜନମାନଙ୍କ ପରାମର୍ଶ ଓ ସହଯୋଗରୁ ପାରିବାରିକ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌୍ ଦେବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ବୁଧାଦିତ୍ୟ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ହଠାତ୍ ଦୂର ଯାତ୍ରା କରିବାକୁ ପଡିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗହିଣୀ- ସଦିଚ୍ଛା ଭାବ ରହିବ ।

ତୁଳା – ଶନି ଓ ଚନ୍ଦ୍ରଙ୍କ ସମ୍ବନ୍ଧ କାରଣରୁ ପୂର୍ବସ୍ଥିରୀକୃତ କାର୍ଯ୍ୟକ୍ରମ ଅନୁଯାୟୀ ବନ୍ଧୁ ମିଳନ ସହିତ କାର୍ଯ୍ୟ ସମ୍ପନ୍ନ କରିବେ । ଆଶା ଅନୁରୂପ ଫଳ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଶୁଭ ଫଳ ପାଇ ପାରନ୍ତି ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପରକୁ ଆପଣାର କରିବେ ।

ବିଛା – ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରୁ ଅର୍ଥନୈତିକ ଅଭିବୃଦ୍ଧି ଘଟିବା ସହ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ । ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – ରାଶିରେ କେତୁ ଯୁକ୍ତ ବୃହସ୍ପତି କାରଣରୁ ଶାରୀରିକ ଅସୁସ୍ଥତା ସହ ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ । ନୂତନ ଭାବେ କରିବାକୁ ଯାଉଥିବା କାମରେ ପ୍ରତିବନ୍ଧକ ଯୋଗୁଁ ଅଗ୍ରଗତି ହୋଇପାରିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର – ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଓ ମଙ୍ଗଳ ଥିବାରୁ ପରିବାର ଭିତରେ ସନ୍ଦେହ ଓ ଭୁଲ ବୁଝାମଣା ହେତୁ ସମସ୍ୟା ବଢିପାରେ । କେତେକ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ - କର୍ମାଧିପ ପାପଗ୍ରହ ଦୃଷ୍ଟିରେ ଥିବାରୁ ଯୁକ୍ତିତର୍କ ଜନିତ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ବୁଝିବେ । ପରୋକ୍ଷ ଶତ୍ରୁତା କାରଣରୁ ଅଶାନ୍ତ ରହିପାନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମୀନ - ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । ପାପଯୁକ୍ତ ରାଶ୍ୟାଧିପତିଜନିତ ଅସୁସ୍ଥତା କାରଣରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.