Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

ବୁଧବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

12/05/2020 at 9:05 PM

ମେଷ – କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ସତ୍‌-ସଙ୍ଗୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍‌,ସାହସୀ ଓ ସମ୍ପତ୍ତିବାନ୍ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ବୃଷ – ସାଧନାରେ ସିଦ୍ଧି ଲାଭ କରିପାରନ୍ତି । ସ୍ୱାଭିମାନୀ ଓ ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ସୁସ୍ଥତା ଅନୁଭବ କରିପାରନ୍ତି । କାର୍ଯ୍ୟରେ ବାଧା ଉପୁଜି ପାରେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ମିଥୁନ – ଅସାଧ୍ୟ ସାଧନ ପାଇଁ ଶକ୍ତି ପ୍ରୟୋଗ କରିବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାକୁ ଆଦରି ନେଇପାରନ୍ତି । ଶାନ୍ତି ଓ ଧୈର୍ଯ୍ୟବାନ୍ ହେବେ । ନିଜ ସାଧନ ପାଇଁ ମନରେ ଗର୍ବଭାବ ବହନ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

କର୍କଟ – ହାତଛଡା ହୋଇଥିବା କାର୍ଯ୍ୟ ପୁଣି ହସ୍ତଗତ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରିରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟପାତ୍ର ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ସିଂହ – ଯୋଗାଯୋଗରେ ସଫଳତା ମିଳିବ । ପ୍ରତ୍ୟେକ କାର୍ଯ୍ୟ ତୁରନ୍ତ ଶେଷ କରିବା ପାଇଁ ଉଦ୍ୟମ ଜାରି ରଖିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବିଭିନ୍ନ ଦିଗରୁ ଅର୍ଥ ଆସିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

କନ୍ୟା – ଉଦାର ସ୍ୱଭାବରେ ହୋଇପାରନ୍ତି । ଜଣେ ଦାନଶୀଳ ବ୍ୟକ୍ତିଭାବେ ଅଞ୍ଚଳରେ ଖ୍ୟାତି ସମ୍ପନ୍ନ ହେବେ । ବ୍ୟକ୍ତିତ୍ୱର ବିକାଶ ଘଟିବ । ସ୍ୱାସ୍ଥ୍ୟ ଭଲ ରହିବ । କୃଷିକର୍ମକାରୀ ଏବଂ ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।

ତୁଳା – ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରକୃତିର ହୋଇପାରନ୍ତି । ମଧୁରଭାଷୀ, ମେଳାପୀ, ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

ବିଛା – ଚିନ୍ତାମୁକ୍ତ ହୋଇପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ସାସ୍ୱସ୍ତ ଆନନ୍ଦ ଉପଭୋଗ କରିପାରନ୍ତି । ମିତ୍ର ସୁଖ ମିଳିବ । ବିଦେଶ ଯିବାକୁ ଇଚ୍ଛା କରିବେ । ଧନାଗମ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ଧନୁ – ପରିବାରର କଲ୍ୟାଣ ଭାଜନ ହେବେ । ଆପଣଙ୍କ ଉପରେ ନ୍ୟସ୍ତ କାର୍ଯ୍ୟଭାର ଉତ୍ସାହପଦ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଯୁଦ୍ଧ ବା ମୋକଦ୍ଦମାରେ ବିଜୟୀ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ମକର – ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ମଧୁରଭାଷୀ ହୋଇପାରନ୍ତି । ଚଞ୍ଚଳମନା ଓ ଧାର୍ମିକ ପ୍ରବୃତ୍ତିର ହେବେ । ଜ୍ଞାନ ଗରିମାମୟ ଓ କ୍ରୋଧୀ ହୋଇପାରନ୍ତି । ଶୁଭ ରଙ୍ଗ କଫିି । ଶୁଭ ଅଙ୍କ ୨ ।

କୁମ୍ଭ – ଆୟ ଆଶାନୁରୂପ ହେବ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳମନା ହେବେ । ବିଭାଗୀୟ ସ୍ତରରେ ସମ୍ମାନିତ ହୋଇପାରନ୍ତି । ସତ୍ୟ ଧର୍ମକୁ ଆପଣେଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ମୀନ – କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି । ପ୍ରଦୀପ ଭଳି ଜଳି ଅନ୍ୟକୁ ଆଲୋକ ଦାନ କରିପାରନ୍ତି । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ଦୟାଳୁ ସ୍ୱଭାବର ହେବେ । ଯଶସ୍ୱୀ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।

   Related Posts